Posted inଜାତୀୟ

୩୧ ବର୍ଷରେ ପଦାର୍ପଣ କଲେ ତେଜସ୍ବୀ, ଗୋଟିଏ ଦିନ ପରେ ମିଳିପାରେ ବଡ ଉପହାର

ପାଟନା,୯।୧୧: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସୁପୁତ୍ର ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ସୋମବାର ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ଚାରିଆଡୁ ଶୁଭେଚ୍ଛା ବାର୍ତ୍ତାର ସୁଅ ଛୁଟିଛି। ଯୁବ ନେତାଙ୍କ ଜନ୍ମଦିନରେ ପରିବାରଠାରୁ ଆରମ୍ଭ କରି ଦଳର ସମସ୍ତ ନେତା ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଭଉଣୀ ରୋହିଣୀ ଆଚାର୍ଯ୍ୟ ଏବଂ ଭାଇ ତେଜ ପ୍ରତାପ ମଧ୍ୟ ଟୁଇଟ୍‌ ଯୋଗେ ସାନ ଭାଇଙ୍କ ଦୀର୍ଘ ଜୀବନ କାମନା କରିଛନ୍ତି। ଏଥର ତେଜସ୍ବୀଙ୍କ ଜନ୍ମଦିନ ବେଶ୍‌ ଖାସ୍‌ ହେବାକୁ ଯାଉଛି। କାରଣ ଏହାର ଗୋଟିଏ ଦିନ ପରେ ବିହାର ବିଧାନ ସଭାର ଫଳାଫଳ ପ୍ରକାଶ ପାଇବ। ତେଜସ୍ବୀ ଯାଦବଙ୍କ ନେତୃତ୍ୱରେ ଗଠିତ ମହାଗଠବନ୍ଧନ ବିହାରରେ ସରକାର ଗଠନ କରିବ ବୋଲି ଏକଜିଟ ପୋଲ ଫଳାଫଳରୁ ସ୍ପଷ୍ଟ ହୋଇଛି। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭାରେ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ହେଉଛି ୧୨୨। ଏକାଧିକ ଏକଜିଟ ପୋଲ ମହାଗଠବନ୍ଧନ ବେଶ ଆରାମରେ ମ୍ୟାଜିକ ନମ୍ବର ହାସଲ କରିନେବ ବୋଲି ଆକଳନ କରିଛନ୍ତି। ଏକାଧିକ ସଂସ୍ଥା କରିଥିବା ସର୍ଭେ ରିପୋର୍ଟକୁ ଆକଳନ କଲେ ମହାଗଠବନ୍ଧନ ହିଁ ସବୁଥିରେ ଆଗରେ ରହିଛି। ଏଥିରୁ ଜଣାପଡୁଛି ତେଜସ୍ବୀଙ୍କ ଜନ୍ମଦିନ ଦିନ ଉପହାର ଗୋଟିଏ ଦିନ ପରେ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri