Categories: ଜାତୀୟ

ଆରଜେଡି ନେତାଙ୍କ ଭାଇଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ପାଟଣା, ୭।୧୧-ବିହାରରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ବିଟୁ ସିଂଙ୍କ ଭାଇ ବେନି ସିଂଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ପୂର୍ଣ୍ଣେୟା ଜିଲା ଧାମଦାହା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାର୍ସି ଅଞ୍ଚଳରେ ଶନିବାର ଏଭଳି ଘଟଣା ଦେଖିବାକୁ ମିଳିଛି।
ରିପୋର୍ଟ ଅନୁସାରେ, ବେନି ସିଂ ଛିଡା ହୋଇଥିବାବେଳେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଅଚାନକ ଗୁଳି ଚଳାଇଥିଲେ। ଫଳରେ ଘଟଣାସ୍ଥଳରେ ବେନି ଟଳିପଡିଥିଲେ। ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।

Share