Posted inଜାତୀୟ

ବିରୋଧୀଙ୍କୁ ଏକତ୍ରିତ ହେବାକୁ ଲାଲୁଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୦ା୧୦: ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ସୋମବାର ପୁଣିଥରେ ପୁରୁଣା ‘ମଣ୍ଡଳ ବନାମ କମଣ୍ଡଳ’ ବିତର୍କ ଉଠାଇବାକୁ ଆହ୍ବାନ ଦେଇଛନ୍ତି। ଭାଜପା ସମାଜରେ ସାମ୍ପ୍ରଦାୟିକ ବିଦ୍ୱେଷ ବଢ଼ାଇ ଦୁର୍ବଳ ବର୍ଗର ଲୋକଙ୍କ ବିରୋଧରେ ଯାଉଛି। ଏହି ଦଳ ସାମାଜିକ ନ୍ୟାୟର ବିରୁଦ୍ଧାଚରଣ କରୁଛି ବୋଲି ଲାଲୁ ସମାଲୋଚନା କରିଛନ୍ତି। ସେ ବିରୋଧୀ ଦଳଗୁଡ଼ିକୁ ଏକତ୍ରିତ କରୁଥିବାରୁ କେନ୍ଦ୍ର ସରକାର ତାଙ୍କ ପଛରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଭଳି ଏଜେନ୍ସିଗୁଡ଼ିକୁ ଲଗାଉଛି। ଏଥିରେ ସେ ଆଦୌ ଭୟଭୀତ ନୁହନ୍ତି ବୋଲି ଲାଲୁ ରୋକ୍‌ଠୋକ୍‌ ଶୁଣାଇଛନ୍ତି। ସୂଚନାଯୋଗ୍ୟ, ନୂଆଦିଲ୍ଲୀର ତାଲକଟୋରା ଷ୍ଟାଡିୟମ୍‌ରେ ଆର୍‌ଜେଡି ପ୍ରତିଷ୍ଠା ଦିବସ ଅବସରରେ ଦ୍ୱାଦଶ ଥର ଅଧ୍ୟକ୍ଷ ମନୋନୀତ ହେବା ପରେ ବିହାରର ୭୪ ବର୍ଷୀୟ ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ମୀମାନଙ୍କୁ ସମ୍ବୋଧିତ କରି କହିଛନ୍ତି, ଭାଜପା ବିରୋଧରେ ସବୁ ବିରୋଧୀ ଦଳ ଏକାଠି ହେବା ସମୟ ଆସିଯାଇଛି ବୋଲି ଦେଶ ବୁଝି ସାରିଲାଣି। ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଆସନରୁ ହଟାଇବା ଲାଗି କଂଗ୍ରେସ ସହ ଯେଉଁ ଦଳ ଛିଡ଼ା ହେବ ନାହିଁ ତାକୁ ଦେଶବାସୀ କେବେ କ୍ଷମା କରିବେ ନାହିଁ। ଏହି ଅବସରରେ ଲାଲୁଙ୍କ ପୁଅ ତଥା ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କହିଥିଲେ, ବିରୋଧୀ ଦଳଗୁଡ଼ିକ ବ୍ୟକ୍ତିଗତ ଅହଂଭାବ ଛାଡ଼ି ଭାଜପା ବିରୋଧରେ ମିଳିମିଶି ଲଢ଼େଇ କରନ୍ତୁ। ବିରୋଧୀ ଦଳ ଶାସକ ଭାଜପା ସହ ହାତ ମିଳାଇବେ ନା ଏହା ବିରୋଧରେ ଯିବେ ତାହା ସ୍ଥିର କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ପାଇଁ ପୁଣି ଏକ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ଭାଜପାର ଆଉ ଏକ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ମହାରାଷ୍ଟ୍ରର ଗୋଟିଏ ଲୋକ ସଭା ଆସନ ପାଇଁ...

ମୋଦି-ଯୋଗୀଙ୍କୁ ଯିଏ ନିଜର ଭାବେ ନାହିଁ ସେ ନିଜ ପିତାଙ୍କୁ ମଧ୍ୟ ଆପଣାଇପାରିବ ନାହିଁ :ଭାଜପା ଏମ୍‌ପି ମନ୍ତବ୍ୟକୁ ନେଇ ଉଠିଲା ବିବାଦ

ଲକ୍ଷ୍ନୌ,୧୮।୪: ପଶ୍ଚିମ ୟୁପିରେ କ୍ଷତ୍ରିୟ ସମାଜର ଅସନ୍ତୋଷ ଭାରତୀୟ ଜନତା ପାର୍ଟିର ସମସ୍ୟାକୁ ବଢାଇ ଦେଇଛି। ଏହି ସମୟରେ ୟୁପିର ଗୌତମ ବୁଦ୍ଧ ନଗର ଲୋକ...

ପିଲାଙ୍କୁ ଦେଉଛନ୍ତି କି ସେରେଲାକ? ସାମ୍ନାକୁ ଆସିଲା ଚାଞ୍ଜଲ୍ୟକର ତଥ୍ୟ

ନୂଆଦିଲ୍ଲୀ,୧୮।୪: ଭାରତରେ ନେସଲେର ଦୁଇଟି ସର୍ବାଧିକ ବିକ୍ରି ହେଉଥିବା ବେବିଫୁଡ୍‌ ବ୍ରାଣ୍ଡରେ ବହୁ ପରିମାଣର ଚିନି ଥିବା ଦେଖିବାକୁ ମିଳିଛି। ସୁଇଜରଲାଣ୍ଡ କମ୍ପାନୀଗୁଡିକ ଉପରେ ନଜର...

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

‘ଆଚରଣ ବିଧି ଉଲଂଘନ କରନ୍ତୁ ନାହିଁ’, ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ନିର୍ବାଚନ ଆୟୋଗ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୭।୪: ମତଦାନ ଦିନ କୁଚ ବିହାର ଗସ୍ତ ବାତିଲ କରିବାକୁ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି ଆନନ୍ଦ ବୋଷଙ୍କୁ ପରାମର୍ଶ ଦେଇଛନ୍ତି ନିର୍ବାଚନ ଆୟୋଗ। ଏହି ନିର୍ବାଚନ...

ନାମାଙ୍କନ ଦାଖଲ କରି ଓହରିଲେ ଗୁଲାମ ନବୀ ଆଜାଦ, ଲଢିବେ ନାହିଁ ଲୋକ ସଭା ନିର୍ବାଚନ

ନୂଆଦିଲ୍ଲୀ, ୧୭।୪: ଡେମକ୍ରାଟିକ୍ ପ୍ରୋଗ୍ରେସିଭ ଆଜାଦ ପାର୍ଟି (DPAP) ମୁଖ୍ୟ ଗୁଲାମ ନବୀ ଆଜାଦ ୨୦୨୪ ନିର୍ବାଚନରେ ନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବ ପୂର୍ବତନ...

ପ୍ରଥମ ପଯର୍‌ୟାୟ ମତଦାନ ପାଇଁ ପ୍ରଚାର ଶେଷ, ବହୁ ଭେଟେରାନଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୭।୪: ଆଉ ଦିନକ ପରେ ଆରମ୍ଭ ହେବାକୁ ଯାଉଛି ଲୋକ ସଭା ନିର୍ବାଚନ। ପ୍ରଥମ ପର୍ଯ୍ୟାୟ ଭୋଟ ଏପ୍ରିଲ ୧୯ରେ ହେବାକୁ ଯାଉଛି। ଏଥିପାଇଁ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri