Posted inଜାତୀୟ

‘ଆରଜେଡି ଚାହୁଁଛି ନୀତୀଶ ପ୍ରଧାନମନ୍ତ୍ରୀ ହୁଅନ୍ତୁ’

ପାଟନା,୨୯।୯: ଲୋକ ସଭା ନିର୍ବାଚନର ସମୟ ଯେତିକି ପାଖେଇ ଆସୁଛି, ବାକ୍‌ଯୁଦ୍ଧ ମଧ୍ୟ ସେତିକି ବଢିବାରେ ଲାଗିଛି। ଗ୍ରାଣ୍ଡ ଆଲାଇନ୍ସର ନେତାମାନେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କଠାରେ ପ୍ରଧାନମନ୍ତ୍ରୀ ପଦ ପାଇଁ ସମସ୍ତ ଗୁଣ ଥିବା ଦେଖୁଛନ୍ତି। ନୀତୀଶ କୁମାରଙ୍କ ସମର୍ଥନରେ ଅନେକ ଥର ମନ୍ତବ୍ୟ ଦିଆଯାଇଛି। ଯଦିଓ ନୀତୀଶ କୁମାର କହିଛନ୍ତି ଯେ ତାଙ୍କର କୌଣସି ଇଚ୍ଛା ନାହିଁ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ବିହାରରୁ ହେବା ଉଚିତ୍‌, ନୀତୀଶ କୁମାରଙ୍କର ପ୍ରଧାନମନ୍ତ୍ରୀ ହେବା ପାଇଁ ସମସ୍ତ ଗୁଣ ଅଛି। ଆରଜେଡି ଚାହୁଁଛି ନୀତୀଶ ପ୍ରଧାନମନ୍ତ୍ରୀ ହୁଅନ୍ତୁ ବୋଲି ଶୁକ୍ରବାର ଆରଜେଡି ମୁଖପାତ୍ର ମୁତ୍ୟୁଞ୍ଜୟ ତିଓ୍ବାରୀ କହିଛନ୍ତି।
ସେ କହିଛନ୍ତି, ପ୍ରତ୍ୟେକ ବିହାରୀ ଚାହୁଁଛନ୍ତି ଯେ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ହୁଅନ୍ତୁ। ଦେଶର ପ୍ରଥମ ରାଷ୍ଟ୍ରପତି ବିହାରରୁ ଆସିଥିଲେ। ବର୍ତ୍ତମାନ ବିହାରରୁ ପ୍ରଧାନମନ୍ତ୍ରୀ ମଧ୍ୟ ହୁଅନ୍ତୁ। ଏହା ଆରଜେଡି ସମେତ ସମଗ୍ର ବିହାର ଚାହୁଁଛି।
ସୂଚନାଯୋଗ୍ୟ,ମୁଖ୍ୟମନ୍ତ୍ରୀ ନୀତୀଶ ଗୁରୁବାର ସନ୍ଧ୍ୟାରେ ଫୁଲୱାରୀ ଶରିଫ ଦରଗାହରେ ପହଞ୍ଚିଛନ୍ତି। ସେ ପ୍ରଧାନମନ୍ତ୍ରୀ ହେବା ପାଇଁ ମୌଲବୀ ପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି: ଚିଠି କରି କାମ ସାରିଦେଲେ…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri