Posted inଜାତୀୟ

ଆର୍‌ଜେଡି ୧୪୪ ଆସନରେ ଲଢ଼ିବ

ପାଟନା,୪।୧୦: ବିହାର ବିଧାନସଭା ନିର୍ବାଚନରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଏକାକୀ ୧୪୪ ଆସନରେ ଲଢ଼ିବ। ବିରୋଧୀ ମହାମେଣ୍ଟରୁ ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ୨୪୩ ଆସନରୁ କଂଗ୍ରେସ ୭୦, ବାମଦଳ ୨୯ ଆସନରେ ନିର୍ବାଚନ ଲଢ଼ିବେ ବୋଲି ଜଣାପଡ଼ିଛି। ଜେଏମ୍‌ଏମ୍‌ ଆର୍‌ଜେଡି କୋଟାରୁ କେତୋଟି ଆସନ ନେବ ବୋଲି ପ୍ରକାଶ କରାଯାଇଛି। ଗୁରୁବାରଠାରୁ ପ୍ରଥମ ପର୍ଯ୍ୟାୟ ମତଦାନ ଲାଗି ନାମାଙ୍କନ ଦାଖଲ ଆରମ୍ଭ ହୋଇଥିବାବେଳେ ଶନିବାର ମହାମେଣ୍ଟରେ ଆସନ ବୁଝାମଣା ସମ୍ପର୍କରେ ଘୋଷଣା କରାଯାଇଛି।
ଅକ୍ଟୋବର ୮ ପ୍ରଥମ ପର୍ଯ୍ୟାୟ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରହିଛି। ଆସନ ଭାଗବଣ୍ଟାକୁ ନେଇ ଅସନ୍ତୋଷ ପ୍ରକାଶକରିବା ସହ ଛୋଟ ଦଳ ‘ଭିଆଇପି ପାର୍ଟି’ର ନେତା ସେଠାରୁ ଚାଲିଯାଇଥିବା ଜଣାପଡ଼ିଛି। ପ୍ରଥମ ପର୍ଯ୍ୟାୟ ଭୋଟ ୨୮ତାରିଖରେ ହେବାକୁ ଥିବାବେଳେ ୭୧ ଆସନରେ ମତଦାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟ ଭୋଟ ନଭେମ୍ବର ୩ ଓ ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ ନଭେମ୍ବର ୭ରେ କରାଯିବ। ଫଳାଫଳ ନଭେମ୍ବର ୧୦ରେ ପ୍ରକାଶ ପାଇବ।
ଏନ୍‌ଡିଏ ପକ୍ଷରୁ ଏପର୍ଯ୍ୟନ୍ତ ଆସନ ବୁଝାମଣା ଚୂଡ଼ାନ୍ତ ହୋଇ ନ ଥିବାବେଳେ ଖୁବ୍‌ଶୀଘ୍ର ଏହିକାର୍ଯ୍ୟ ଶେଷ କରାଯିବ ବୋଲି କୁହାଯାଇଛି। କୃଷି ଆଇନ, ପ୍ରବାସୀ ଶ୍ରମିକ, କରୋନା ପରିଚାଳନା, ବନ୍ୟାରେ ବିଫଳତା ଆଦିକୁ ବିରୋଧୀ ମହାମେଣ୍ଟ ପ୍ରସଙ୍ଗ କରି ଜନମତ ଲୋଡ଼ୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri