Posted inଜାତୀୟ

ମୁମ୍ବାଇର ‘ଇଣ୍ଡିଆ’ ବୈଠକରେ ଯୋଗଦେବେ ଜୟନ୍ତ ଚୌଧୁରୀ

ନୂଆଦିଲ୍ଲୀ,୧୨।୮: ଜୟନ୍ତ ଚୌଧୁରୀଙ୍କ ପାର୍ଟି ରାଷ୍ଟ୍ରୀୟ ଲୋକ ଦଳ(ଆରଏଲଡି) ଗୁରୁବାର ଏନଡିଏରେ ସାମିଲ ହେବା ଖବରକୁ ଖାରଜ କରିଛନ୍ତି। ତାଙ୍କ ପାର୍ଟି କହିଛି, ସେ ମୁମ୍ବାଇରେ ହେବାକୁ ଯାଉଥିବା ବିରୋଧୀ ଦଳ ମେଣ୍ଟ ‘ଇଣ୍ଡିଆ’ ବୈଠକରେ ଦଳ ସାମିଲ ହେବେ। ତେବେ ରାଜ୍ୟ ସଭାରେ ଦିଲ୍ଲୀ ସର୍ଭିସ ବିଲକୁ ନେଇ ହୋଇଥିବା ଭୋଟିଂରୁ ଦୂରେଇ ରହିବା ପରେ ଅନୁମାନ କରାଯାଉଥିଲା କି ଆରଏଲଡି ଏନଡିଏରେ ସାମିଲ ହୋଇପାରେ।

ଏହି ଘଟଣାର କିଛିଦିନ ପରେ ଚୌଧୁରୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ସାକ୍ଷାତ୍‌ କରିଥିଲେ। ଏହାପରେ ଅନୁମାନ କରାଯାଉଥିଲା କି ଆସନ୍ତା ନିର୍ବାଚନରେ ଆରଏଲଡି ଏନଡିଏ ମେଣ୍ଟର ହାତ ଧରିପାରେ, ହେଲେ ଏବେ ଦଳ ଏହାକୁ ଖାରଜ କରି ଦେଇଛି।
ଆରଏଲଡିର ଜାତୀୟ ମୁଖପାତ୍ର ଅନିଲ ଦୁବେ କହିଛନ୍ତି ଯେ ମୁମ୍ବାଇରେ ହେବାକୁ ଥିବା ବିରୋଧୀ ମେଣ୍ଟ ବୈଠକରେ ଆମର ନେତାମାନେ ଅଂଶଗ୍ରହଣ କରିବେ। ଆମେ ବିରୋଧୀ ଦଳର ଏକ ଅଂଶ ଏବଂ ଭାଜପା ସହ ଆମର ଯୋଗଦାନ ବିଷୟରେ କଳ୍ପନାଜଳ୍ପନା ସତ୍ୟଠାରୁ ବହୁ ଦୂରରେ। ଦ୍ୱନ୍ଦ୍ୱ ବିସ୍ତାର କରିବାକୁ ଶାସକ ଦଳର ଲୋକମାନେ ଏପରି ଗୁଜବ କରନ୍ତି।
୨୦୨୪ ଲୋକ ସଭା ନିର୍ବାଚନ ପ୍ରସଙ୍ଗରେ ଅନିଲ ଦୁବେ କହିଛନ୍ତି ଯେ ଉତ୍ତରପ୍ରଦେଶର ୮୦ଟି ସଂସଦୀୟ ଆସନ ମଧ୍ୟରୁ ୧୨ଟିରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଆରଏଲଡି ପ୍ରସ୍ତୁତ ହେଉଛି। ସେ କହିଛନ୍ତି ଯେ ଆମେ ୧୨ଟି ଲୋକ ସଭା ଆସନରେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ହେଉଛୁ, କିନ୍ତୁ ଏ ବାବଦରେ ଚୂଡ଼ାନ୍ତ ନିଷ୍ପତ୍ତି ଆମ ଜାତୀୟ ଅଧ୍ୟକ୍ଷ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri