ବୀମାଭୁକ୍ତ ହେଲେ ଆରଏମ୍‌ସି କର୍ମଚାରୀ

ଗୁଣପୁର,୨୭।୪(ସଂକେତ ପାତ୍ର/ସୁଜାତା ପାଢ଼ୀ): ଗୁଣପୁର ଉପ ଜିଲାପାଳ ତଥା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ଦୁଧାଲ ଅଭିଷେକ ଦିଲୀପଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଓ ଗୁଣପୁର ନିୟନ୍ତ୍ରିତ ବଜାର କମିଟି ଅନୁମୋଦନ କ୍ରମେ ଆରଏମ୍‌ସିର ସମସ୍ତ କର୍ମଚାରୀଙ୍କ ପାଇଁ ସ୍ୱାସ୍ଥ୍ୟବୀମା କରାଯାଇଛି । ଇଫ୍‌କୋ-ଟୋକିଓ ଏବଂ ମଣିପାଲ ସିଗମା ନାମକ ବୀମା କମ୍ପାନୀଙ୍କ ସହ ଗୁଣପୁର ନିୟନ୍ତ୍ରିତ ବଜାର କମିଟିର ବୁଝାମଣା ସ୍ୱାକ୍ଷରିତ ହୋଇ ସମସ୍ତ ସ୍ଥାୟୀ ଓ ଅସ୍ଥାୟୀ କର୍ମଚାରୀଙ୍କୁ ବୀମାଭୁକ୍ତ କରାଯାଇ କର୍ତ୍ତବ୍ୟରତ କର୍ମଚାରୀଙ୍କ ନିମନ୍ତେ ମୃତ୍ୟୁକାଳୀନ ସହାୟତା ରାଶି ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସେମାନଙ୍କ ପରିବାରଙ୍କୁ ପ୍ରଦାନ କରାଯିବ ।

ସେହିପରି ମଣିପାଲ ସିଗ୍ମା ସ୍ୱାସ୍ଥ୍ୟବୀମା ତରଫରୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଡାକ୍ତରୀ ଚିକିତ୍ସା ସୁବିଧା ଓ କର୍ତ୍ତବ୍ୟରତ କର୍ମଚାରୀଙ୍କ ଦୁର୍ଘଟଣାଜନିତ ମୃତ୍ୟୁ ହେଲେ ପରିବାରକୁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ଷତିପୂରଣ ଓ ଆର୍ଥିକ ସାହାଯ୍ୟ ପ୍ରଦାନ କରାଯିବ । ସୋମବାର ରାମନାଗୁଡା ବ୍ଲକ ପରିସରରେ ଅନୁଷ୍ଠିତ ଜନ ଶୁଣାଣି ଶିବିରରେ ଜିଲାପାଳ ଆଶୁତୋଷ କୁଲକଣ୍ଣି ବୀମା ପଲିସି କାଗଜାତ (କାର୍ଡ) ପ୍ରଦାନ କରିଥିଲେ । ଏହି ସମୟରେ ଗୁଣପୁର ଉପ ଜିଲାପାଳ ତଥା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ଅଭିଷେକ, ଆରଏମ୍‌ସି ସମ୍ପାଦକ ଦଳପତି କାର୍ଜୀ, ଅତିରିକ୍ତ ଆରକ୍ଷୀ ଅଧିକାରୀ ଗୋସନାର ବାର୍ଲା, ଜିଲା ମୁଖ୍ୟ ଉନ୍ନୟନ ତଥା ନିର୍ୱାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଭି ସରୋଜିନି ଦେବୀ, ରାମନାଗୁଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ରବିଶଙ୍କର ଗମାଙ୍ଗ, ରାମନାଗୁଡା ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ମଣ୍ଡଳ ପ୍ରମୁଖ ଉପସ୍ଥିତ ଥିଲେ ।

ନିୟନ୍ତ୍ରିତ ବଜାର କମିଟିର କର୍ମଚାରୀମାନେ ଗୁଣପୁର ଉପଖଣ୍ଡର ସମସ୍ତ ହାଟ ପ୍ରାଙ୍ଗଣ ଆଦି ବୁଲି ରାଜସ୍ୱ ଆଦାୟ କରୁଥିବା ସମୟରେ ବିଭିନ୍ନ ଦୁର୍ଘଟଣାର ଶିକାର ହେଉଥିବା ଓ ମୃତ୍ୟୁବରଣ କରୁଥିବା କମିଟି ଅଧ୍ୟକ୍ଷ ଅଭିଷେକଙ୍କ ନଜରକୁ ଆସିବା ପରେ ନିୟନ୍ତ୍ରିତ ବଜାର କମିଟିର ଅନୁମୋଦନ ପରେ କର୍ମଚାରୀଙ୍କ ଜୀବନର ମୁଲ୍ୟବୋଧକୁ ବୁଝିପାରି ନିୟମିତ ଓ ସ୍ୱଳ୍ପ ବେତନଭୋଗୀ କର୍ମଚାରୀଙ୍କ ନିମନ୍ତେ ଏଭଳି ଏକ ପଦକ୍ଷେପ ନେଇଥିବାରୁ ନିୟନ୍ତ୍ରିତ ବଜାର କମିଟିର ସମସ୍ତ କର୍ମଚାରୀ ଅଧ୍ୟକ୍ଷ ଏବଂ ସମସ୍ତ ସଦସ୍ୟ ସଦସ୍ୟାଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?