ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି ।

ସୂଚନା ଅନୁଯାୟୀ, ଗଡହୁମାର ବାଉଁସିଆପଡା ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାୟକ ନାମକ ଜଣେ ବୃଦ୍ଧ ସାଇକେଲରେ ରାସ୍ତା ଦେଇ ଯାଉଥିବା ସମୟରେ ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ୍ (ନଂ.UP 25GT 4203) ତାଙ୍କୁ ସମ୍ମୁଖରୁ ଶକ୍ତ ଧକ୍କା ଦେଇଥିଲା। ଏହି ଧକ୍କା ଏତେ ଭୟଙ୍କର ଥିଲା ଯେ ପୂର୍ଣ୍ଣଙ୍କ ମୁଣ୍ଡଟି ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଯାଇଥିଲା ଏବଂ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା।

ଦୁର୍ଘଟଣା ଘଟାଇଥିବା ସମ୍ପୃକ୍ତ ଟ୍ରକକୁ ପୋଲିସ ଜବତ କରିବା ସହ ବର୍ତ୍ତମାନ ହୁମ୍ମା ଫାଣ୍ଡିରେ ଅଟକ ରଖି ଏ ସମ୍ପର୍କରେ ଅଧିକ ତଦନ୍ତ ଜାରି ରଖିଛି। ପ୍ରକାଶ ଥାଉକି ନୂଆ ଓଭରବ୍ରିଜରେ ଗାଡି ଚଳାଚଳ କିଛି ଦିନ ପୂର୍ବରୁ ଆରମ୍ଭ ହୋଇଥିଲା ।

 

Dharitri – Odisha’s No.1 Odia Daily

Share
Tags: Ganjam News