Posted inବରଗଡ଼

ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ

ବରଗଡ଼ ଅଫିସ୍‌/ଅତାବିରା,୨୭।୧୨-ବରଗଡ଼ ସହର ଉପକଣ୍ଠ ପାଣିଛତର ଓଭରବ୍ରିଜ ଏବଂ ଗୋଡ଼ଭଗା-ତୁରୁମ ରାସ୍ତାରେ ରବିବାର ପୃଥକ ଭାବେ ୨ଟି ସଡ଼କ ଦୁର୍ଘଟଣା ଘଟିଛି। ଉଭୟ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ପାଣିଛତର ବ୍ରିଜ ଉପରେ ଜଣେ ଲୋକ ଯାଉଥିବା ବେଳେ ତାଙ୍କୁ ଏକ ଗାଡ଼ି ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳି ପାରିନାହିଁ । ସେ ଏକ କଳାରଙ୍ଗର ଫୁଲପ୍ୟାଣ୍ଟ ଏବଂ ପିଙ୍କ୍‌ ରଙ୍ଗର ଫୁଲ୍‌ ସାର୍ଟ ପିନ୍ଧିଛନ୍ତି । ମୃତଦେହକୁ ବରଗଡ଼ ଡାକ୍ତରଖାନା ଶବ ସଂରକ୍ଷଣ ଗୃହର ଫ୍ରିଜରରେ ରଖାଯାଇଛି । ସେହିପରି ଗୋଡ଼ଭଗା-ସୋନପୁର ରାସ୍ତାର ଖୁଣ୍ଟଲିପାଲି ଛକ ନିକଟରେ ଏକ ବାଲି ବୋଝେଇ ହାଇୱା (ନଂ.ଓଆର୧୯ଇ/୬୯୧୧) ଧକ୍କା ଦେବାରୁ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅତାବିରା ଥାନା ଗୁର୍ଖାପାଲି ଗ୍ରାମ ହରିଜନପଡ଼ାର ରୋହିତ ଭୋରାସାଗର। ରୋହିତ ତାଙ୍କ ଶଳା ଉପେନ୍ଦ୍ର ତାଣ୍ଡିଙ୍କ ସହିତ ଏକ ବାଇକ୍‌ (ନଂ.ଓଡ଼ି୩୧ଏ/୦୨୧୨) ଯୋଗେ ଡାଲବ ପଞ୍ଚାୟତ ମହୁଲପାଲି ହରିଜନପଡ଼ାକୁ ଅଳଙ୍କାର ପିନ୍ଧାନୀ କାର୍ଯ୍ୟକ୍ରମକୁ ଯାଉଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ । ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଅଧିକ ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri