ହାଇଓ୍ବା ଧକ୍କାରେ ୩ ଜଣଙ୍କ ଜୀବନ ଗଲା

ସମ୍ବଲପୁର ଅଫିସ,୨୫ା୫: ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଭବାନୀପାଲି ପେଟ୍ରୋଲ ପମ୍ପ ସାମ୍ନା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ୩ ଯୁବକ ସ୍ଥାନୀୟ ଅଞ୍ଚଳର ଜଣାପଡ଼ିଥିବା ବେଳେ ଜଣେ ଗୌତମ ସାହୁ (୩୮)। ଅନ୍ୟମାନଙ୍କର ପରିଚୟ ମିଳିପାରି ନାହିଁ।

ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ନୂଆବରଙ୍ଗାମାଳ ପଞ୍ଚାୟତର ଖଇରମାଳ ଗ୍ରାମର ଗୌତମ ସାହୁ ଓ ଅନ୍ୟ ୨ ଜଣ ଯୁବକ ସ୍ଥାନୀୟ ଅଞ୍ଚଳରେ ଏକ କ୍ରସରରେ କାମ କରନ୍ତି। ବୁଧବାର ସେମାନେ ୫୫ ନମ୍ବର ଜାତୀୟ ରାଜପଥରେ ଏକ ବାଇକ୍‌ (ଓଡି ୧୫ କ୍ୟୁ ୯୯୭୦)ଯୋଗେ ସମ୍ବଲପୁର ପାର୍ଶ୍ୱରୁ ଯୁଯୁମୁରା ଅଭିମୁଖେ ଯାଉଥିଲେ। ଅପରାହ୍ନରେ ଭବାନୀପାଲି ପେଟ୍ରୋଲ ପମ୍ପ ନିକଟରେ ଏକ ଦ୍ରୁତଗାମୀ ହାଇଓ୍ବା (ଓଡି ୧୫ବି ୫୬୬୦) ସେମାନଙ୍କୁ ପଛପଟରୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ୍‌ରେ ଯାଉଥିବା ୩ ଜଣ ଯାକ ଜାତୀୟ ରାଜପଥରୁ ଛିଟିକି ପଡ଼ିଥିଳେ। ଦୁର୍ଘଟଣାରେ ହାଇଓ୍ବା ଚାଳକ ମଧ୍ୟ ଗୁରୁତର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri