ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ଛେଣ୍ଡିପଦା,୧୨।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ଜରପଡ଼ା ଥାନା ଅଧୀନ ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ତୁବେ ପଞ୍ଚାୟତର ୩ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ମୃତକମାନେ ତୁବେ ପଞ୍ଚାୟତ ଅଧୀନ କୁଲେଇ ଗ୍ରାମର ସୁନୀଲ ସାହୁ, ସିପୁ ପ୍ରଧାନ ଓ ମାନସ ବେହେରା ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ; ସୁନୀଲ, ସିପୁ ଏବଂ ମାନସ କୌଣସି କାମରେ ଏକ ପଲ୍‌ସର ବାଇକ୍‌ରେ ଅନୁଗୋଳରୁ ସମ୍ବଲପୁର ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ଜରପଡ଼ା ଆଡ଼କୁ ଯାଉଥିଲେ। ହେଲେ ବିପରୀତ ଦିଗରୁ ଦ୍ରୁତଗତିରେ ଆସୁଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ସାନ୍ତରାପୁର ଛକ ନିକଟରେ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ୍‌ରେ ଥିବା ୩ ଜଣଙ୍କର ମୃତ୍ୟୁ ଘଟିଥିଲା।

ଏ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେବା ସହିତ ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଦାବିରେ ରାଜପଥ ଅବରୋଧ କରିଛନ୍ତି। ଫଳରେ ଉଭୟ ପାଶର୍‌ବରେ ଶହ ଶହ ଗାଡ଼ି ଛିଡ଼ାହୋଇ ରହିଛି। ଖବର ପାଇ ଜରପଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିଦ୍ୱୟକୁ ଜବତ କରି ଲୋକଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri