ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

କେନ୍ଦ୍ରାପଡ଼ା ଅଫିସ,୩୦ା୧୨: କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଜମଧରଠାରେ ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୩ ଯୁବକଙ୍କ ଜୀବନ ଚାଲିଯାଇଛି। ମୃତକଙ୍କୁ ସଦର ଥାନା ପୋଲିସ ଦୁର୍ଘଟଣାସ୍ଥଳରୁ ଆଣି ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରଖିଛି। ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ରାଜନଗର ବ୍ଲକ ବିଲିକଣ ଗ୍ରାମର ରାଜେନ୍ଦ୍ର ବଳଙ୍କ ଭଉଣୀ ରାଜଲକ୍ଷ୍ମୀଙ୍କ ସୂଚନା ଅନୁଯାୟୀ, ରାଜେନ୍ଦ୍ରଙ୍କ ପରିବାର ଭୁବନେଶ୍ୱରସ୍ଥ ନୟାପଲ୍ଲୀ ଥାନା ସମ୍ମୁଖରେ ରହି ଛେନା ବ୍ୟବସାୟ କରନ୍ତି।

 

ଗତ ସନ୍ଧ୍ୟାରେ ରାଜେନ୍ଦ୍ର ଓ ତାଙ୍କ ସାଙ୍ଗ ଆଳି ଥାନା ଅନ୍ତର୍ଗତ ଜାମୁଦଣ୍ଡା ଗ୍ରାମର ବାବାଜୀ ଚରଣ ବେହୁରାଙ୍କ ପୁଅ ଆଶିଷ ଭୁବନେଶ୍ୱରରୁ ଓଡି ୩୩ ଏ ୮୪୮୨ ନମ୍ବରର ଏକ ଅଟୋରେ ବିଲିକଣ ଯାଉଥିଲେ। ଜମଧର ନିକଟରେ ଅଟୋ ଦୁର୍ଘଟଣା ହୋଇଥିବା ବେଳେ ଏହି ଅଟୋରେ ଥିବା ରାଜେନ୍ଦ୍ର, ଆଶିଷ ଓ ଅଟୋ ଡ୍ରାଇଭର ଖୋର୍ଦ୍ଦା ଜିଲା ଜଟଣୀ ଥାନା ନିରଞ୍ଜନପୁର ଗ୍ରାମର ଗଙ୍ଗାଧର ସୁନ୍ଦରାୟଙ୍କ ପୁଅ ହେମନ୍ତଙ୍କ ମୃତ୍ୟୁ ହୋଇଛି। ଏ ସମ୍ପର୍କରେ ସଦର ଥାନା ଏସ୍‌ଆଇ ତଥା ତଦନ୍ତ ଅଧିକାରୀ ପ୍ରଭୁପ୍ରସାଦ ସାହାଣୀ କହିଛନ୍ତି, ଗୁରୁବାର ରାତି ପ୍ରାୟ ୩ଟାରେ ପାଟ୍ରୋଲିଂ ଗାଡ଼ି ଏହି ଦୁର୍ଘଟଣାସ୍ଥଳରେ ରହି ୩ ଜଣଙ୍କର ମୃତଦେହ ଉଦ୍ଧାର କରିଥିଲା। ଅଟୋକୁ ପୋଲିସ ହେପାଜତକୁ ନେଇଛି। ଏନେଇ ଅପମୃତ୍ୟୁ ମାମଲା ରୁଜୁ ସହ ଘଟଣା ସମ୍ପର୍କରେ ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଦୁର୍ଘଟଣା ଘଟାଇଥିବା ଗାଡ଼ି ଏଠାରୁ ପଳାଇ ଯାଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri