ଦୁର୍ଘଟଣାରେ ମହିଳା ମୃତ, ୬ ଗୁରୁତର

ଛତିଆ,୧୮ା୬(ଡି.ଏନ.ଏ.): ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ କୋଲକାତାରୁ ପୁରୀ ଯାଉଥିବା ଏକ ପରିବାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୬ଜଣ ଗୁରୁତର ହୋଇଛନ୍ତି। ଫଳରେ ସେମାନଙ୍କ ଜଗା ଦର୍ଶନ ଅଧୁରା ରହିଛି। ଯାଜପୁର ଜିଲା ବୈରୀ ଥାନା ଛତିଆ ବିଟ୍‌ ହାଉସ ଅଧୀନ ୧୬ନଂ. ଜାତୀୟ ରାଜପଥର ମହାପୁରୁଷ ହାଡ଼ି ଦାସ ମହାବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି।
ସୂଚନା ଅନୁସାରେ, ଉକ୍ତ ପରିବାର ଏକ ସ୍କର୍ପିଓରେ ପୁରୀ ଯାଉଥିଲେ। ଏହି ସମୟରେ ଛତିଆ ନିକଟରେ ଛିଡ଼ା ହୋଇଥିବା ଏକ ୪୦୭ ଟ୍ରକ୍‌ ପଛରେ ସ୍କର୍ପିଓଟି ଧକ୍କା ହୋଇଥିଲା। ଫଳରେ ସ୍କର୍ପିଓରେ ଥିବା ସମସ୍ତ ୭ ଜଣ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରାଯାଇ କଟକ ଟାଙ୍ଗୀସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଜଣେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟମାନେ ଚିକିତ୍ସାଧୀନ ଅଛନ୍ତି। ମୃତକ ଓ ଗୁରୁତରଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ଘଟାଇଥିବା ଗାଡ଼ି ୨ଟିକୁ ଛତିଆ ବିଟ୍‌ ହାଉସ ଅଧିକାରୀ ଗୋବର୍ଦ୍ଧନ ନାୟକ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri