ଦୁର୍ଘଟଣାରେ ମହିଳା ମୃତ, ୬ ଗୁରୁତର

ଛତିଆ,୧୮ା୬(ଡି.ଏନ.ଏ.): ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ କୋଲକାତାରୁ ପୁରୀ ଯାଉଥିବା ଏକ ପରିବାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୬ଜଣ ଗୁରୁତର ହୋଇଛନ୍ତି। ଫଳରେ ସେମାନଙ୍କ ଜଗା ଦର୍ଶନ ଅଧୁରା ରହିଛି। ଯାଜପୁର ଜିଲା ବୈରୀ ଥାନା ଛତିଆ ବିଟ୍‌ ହାଉସ ଅଧୀନ ୧୬ନଂ. ଜାତୀୟ ରାଜପଥର ମହାପୁରୁଷ ହାଡ଼ି ଦାସ ମହାବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି।
ସୂଚନା ଅନୁସାରେ, ଉକ୍ତ ପରିବାର ଏକ ସ୍କର୍ପିଓରେ ପୁରୀ ଯାଉଥିଲେ। ଏହି ସମୟରେ ଛତିଆ ନିକଟରେ ଛିଡ଼ା ହୋଇଥିବା ଏକ ୪୦୭ ଟ୍ରକ୍‌ ପଛରେ ସ୍କର୍ପିଓଟି ଧକ୍କା ହୋଇଥିଲା। ଫଳରେ ସ୍କର୍ପିଓରେ ଥିବା ସମସ୍ତ ୭ ଜଣ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରାଯାଇ କଟକ ଟାଙ୍ଗୀସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଜଣେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟମାନେ ଚିକିତ୍ସାଧୀନ ଅଛନ୍ତି। ମୃତକ ଓ ଗୁରୁତରଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ଘଟାଇଥିବା ଗାଡ଼ି ୨ଟିକୁ ଛତିଆ ବିଟ୍‌ ହାଉସ ଅଧିକାରୀ ଗୋବର୍ଦ୍ଧନ ନାୟକ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri