ମର୍ମନ୍ତୁଦ ଦୁର୍ଘଟଣା: ଗଲା ୫ ଜୀବନ

ସୋନପୁର,୨୨।୧(ନି.ପ୍ର): ସୁବର୍ଣ୍ଣପୁର ଜିଲା ସୋନପୁର ମହାନଦୀ ସେତୁ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବଲେରୋ ଏବଂ ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇ ୫ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୫ ଜଣ ଗୁରୁତର ଆହତ ହୋଇ ବୁର୍ଲା ଡାକ୍ତର ଖାନାରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ଉଲୁଣ୍ଡା ଥାନା ଅଧୀନ ପଂଚମହଲା ଗ୍ରାମର ବାପ ଆଶିଷ ପଣ୍ଡିଆ, ଝିଅ ସିଦ୍ଧି ପଣ୍ଡିଆ, ପ୍ରମୋଦ ପଣ୍ଡିଆ, ଏବଂ ନିମନା ଗ୍ରାମର ତ୍ରୟମ୍ବକ ମେହେର, ଶୁଭମ ପଣ୍ଡିଆ।

ମିଳିଥିବା ସୂଚନା ମୁତାବକ, ବିନିକା ଥାନା କୌଡିଆମୁଣ୍ଡାରୁ ବାହାଘର ଭୋଜି ଖାଇ ୧୦ଜଣ ଏକ ବଲେରୋ ଗାଡିରେ ରାତିରେ ଗାଁକୁ ଫେରୁଥିଲେ। ହେଲେ ମହାନଦୀ ସେତୁ ଉପରେ ଏକ ଅଟୋ ଖରାପ ହୋଇ ଅଟକି ରହିଥିଲା। ବଲୋରୋ ଏହାକୁ ସାଇଟ ଦେଇ ଅତିକ୍ରମ କରୁଥିବା ବେଳେ ବିପରିତ ଦିଗରୁ ଆସୁଥିବା ଏକ ଧାନ ବୋଝେଇ ଟ୍ରକ ସହ ମୁହିଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ସୋନପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବୁର୍ଲା ମେଡିକାଲକୁ ପଠାଇଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ଏହି ଖବର ପ୍ରଚାରିତ ହେବା ପରେ ଗାଁରେ ଶୋକର ଛାୟା ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମଦ ବିକ୍ରି ବନ୍ଦ ଦାବିରେ ଏକଜୁଟ ହେଲେ ମହିଳା, ଅବକାରୀ ବିଭାଗର ସହଯୋଗ ଲୋଡ଼ିଲେ

ଅମରପାଲି,୨୯।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୁଦଗୁଦା ଗ୍ରାମରେ ମଦ ବିକ୍ରି ବନ୍ଦ ଦାବିରେ ମହିଳାମାନେ ଏକଜୁଟ ହୋଇଛନ୍ତି । ଏନେଇ…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?