ଭୟଙ୍କର ଦୁର୍ଘଟଣା ବାଇକ୍‌କୁ ଘୋଷାଡି ନେଲା ବସ୍‌: ଚକା ତଳେ ଗଲା ୩ ଜୀବନ

ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଯାତ୍ରୀବାହୀ ବସ୍‌ଟି ଏକ ବାଇକକୁ ଧକ୍କା ଦେଇ ଘୋଷାଡି ନେବାରୁ ଚକା ତଳେ ୩ ଆରୋହୀଙ୍କ ଜୀବନ ଯାଇଛି। ମୃତକମାନଙ୍କ ପରିଚୟ ମିଳି ନ ଥିବା ବେଳେ ସମସ୍ତେ ଝାଡଖଣ୍ଡ ରାଜ୍ୟର ବୋଲି ପ୍ରାଥମିକ ସୂତ୍ରରୁ ଜଣାପଡିଛି । ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚିି ପରିସ୍ଥିତି ନିୟନ୍ତ୍ରଣ କରିବାରେ ଲାଗିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri