ଚିନ୍ତା ବଢ଼ାଉଛି ସଡ଼କ ଦୁର୍ଘଟଣା ମୃତ୍ୟୁ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଦୁର୍ଘଟଣାରେ ଅଙ୍କୁଶ ଲାଗୁ ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ୨୦୨୦ ତୁଳନାରେ ରାଜ୍ୟରେ ୭.୨୪ ପ୍ରତିଶତ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବୃଦ୍ଧି ପାଇଛି। ୨୦୨୦ରେ ୧୦,୯୮୪ ସଡ଼କ ଦୁର୍ଘଟଣାରେ ୪ ହଜାର ୭୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୨୧ରେ ୧୦, ୯୮୪ ସଡ଼କ ଦୁର୍ଘଟଣାରେ ୫ ହଜାର ୮୧ ଜଣଙ୍କର ମୃତ୍ୟୁ ହୋଇଛି। ସୁପ୍ରିମକୋର୍ଟ କମିଟି ୨୦୧୪ରୁ ୨୦୨୦ ମଧ୍ୟରେ ରାଜ୍ୟରେ ସଡ଼କ ଦୁର୍ଘଟଣା ୫୦ ପ୍ରତିଶତ ହ୍ରାସ କରିବାକୁ ପରାମର୍ଶ ଦେଇଥିବା ବେଳେ ଏହି ସମୟ ମଧ୍ୟରେ ରାଜ୍ୟରେ ୨୯ ପ୍ରତିଶତ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବୃଦ୍ଧିପାଇଛି।

ବଢୁଥିବା ସଡ଼କ ଦୁର୍ଘଟଣା ମୃତ୍ୟୁକୁ ନେଇ ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟି ଉଦ୍‌ବେଗ ପ୍ରକାଶ କରିଛନ୍ତି। କମିଟି ଦ୍ୱାରା କରାଯାଇଥିବା ସୁପାରିସ ରାଜ୍ୟରେ ଠିକ୍‌ ଢଙ୍ଗରେ କାର୍ଯ୍ୟକାରୀ ହେଉଛି କି ନାହିଁ ସେ ନେଇ ସଡ଼କ ସୁରକ୍ଷା ଅନୁଧ୍ୟାନ(ଅଡିଟ୍‌) କରାଯିବ। ଏ ନେଇ କମିଟି ପକ୍ଷରୁ ନୂଆଦିଲ୍ଲୀସ୍ଥିତ ଇଣ୍ଟିଗ୍ରେଟେଡ ମଲ୍‌ଟିମୋଡାଲ ଟ୍ରାନ୍‌ଜିଟ ସିଷ୍ଟମ (ଡିଆଇଏମ୍‌ଟିଏସ୍‌) ଦ୍ୱାରା ଏହି ଅଡିଟ କରାଯିବ। କମିଟି ପକ୍ଷରୁ ନିଯୁକ୍ତ ହୋଇଥିବା ସଂସ୍ଥା ରାଜ୍ୟର ପ୍ରମୁଖ ଦୁର୍ଘଟଣାପ୍ରବଣ ରାସ୍ତାଗୁଡ଼ିକର ଅଡିଟ କରାଯିବ ବୋଲି ଜଣାପଡ଼ିଛି।

୧୯ ତାରିଖରେ ସୁପ୍ରିମକୋର୍ଟ କମିଟି ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟ ସରକାରଙ୍କ ସହ ଏନେଇ ଆଲୋଚନା କରିବେ। ଡିଆଇଏମ୍‌ଟିଏସ୍‌ ଅଡିଟ ପାଇଁ ସମସ୍ତ ପ୍ରକାର ସୂଚନା ଦେବାକୁ ସଡ଼କ ସୁରକ୍ଷା ସହ ଜଡ଼ିତ ବିଭାଗଗୁଡ଼ିକୁ ପରିବହନ ବିଭାଗ ସଚିବ ବିଷ୍ଣୁପଦ ସେଠୀ ଚିଠି ଲେଖିଛନ୍ତି। ଏଥିସହିତ ଗୃହ ଓ ନଗର ଉନ୍ନୟନ ବିଭାଗ ଅଧୀନରେ ଥିବା ସମସ୍ତ ମହାନଗର ନିଗମ କମିଶନରମାନେ ଏହି ବୈଠକରେ ଯୋଗଦେବାକୁ କୁହାଯାଇଛି। ଅଡିଟ୍‌ ଟିମ୍‌କୁ ସହଯୋଗ କରିବାକୁ ପରିବହନ ବିଭାଗ ଯୁଗ୍ମ କମିଶନର ସଞ୍ଜୟ ବିଶ୍ୱାଳଙ୍କୁ ନୋଡାଲ ଅଫିସର ଭାବେ ମନୋନୀତ କରାଯାଇଛି। ଏଥିସହିତ ସୁପ୍ରିମକୋର୍ଟ କମିଟି ନିର୍ଦ୍ଦେଶ ଅନୁଯାୟୀ ସଡ଼କ ସୁରକ୍ଷା ପାଇଁ କି ପ୍ରକାର ପଦକ୍ଷେପ ନିଆଯାଇଛି ସେ ସେ ସମ୍ପର୍କରେ ପରିବହନ କମିଶନରଙ୍କୁ ଗୁରୁବାର ସୁଦ୍ଧା ଜଣାଇବାକୁ କୁହାଯାଇଛି। ସଡ଼କ ସୁରକ୍ଷା ନେଇ କାର୍ଯ୍ୟ କରୁଥିବା ଏଜେନ୍ସିଗୁଡ଼ିକ ଆସନ୍ତା ୧୬ ତାରିଖରେ ପରିବହନ ବିଭାଗକୁ ସମସ୍ତ ତଥ୍ୟ ଦେବା ପାଇଁ ସଚିବ ଚିଠି ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri