ଟ୍ୟୁସନ୍‌ରୁ ଫେରୁଥିବା ବେଳେ ଛାତ୍ରୀଙ୍କ ଉପରେ ମାଡ଼ିଗଲା ହାଇଓ୍ବା

ଡେରାବିଶ,୬ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା-ଦାନପୁର ରାସ୍ତାର ଝିଙ୍କଡି ହାଟବାଣପୁର ଛକରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ଛାତ୍ରୀଙ୍କ ଜୀବନ ଯାଇଛି। ମୃତ ଛାତ୍ରୀ ଜଣଙ୍କ ହେଲେ ସନ୍ତୋଷ ଲେଙ୍କାଙ୍କ ଝିଅ ଲକ୍ଷ୍ମୀପ୍ରିୟା(୧୫)। ସେ ନବମ ଶ୍ରେଣୀରେ ପଢୁଥିଲେ।

ସୂଚନାନୁଯାୟୀ, ଆଜି ସକାଳେ ଲକ୍ଷ୍ମୀପ୍ରିୟା ନିକଟସ୍ଥ ଝିଙ୍କଡ଼ି ଗ୍ରାମରୁ ଟ୍ୟୁସନ ସାରି ସାଇକେଲରେ ଫେରୁଥିବା ବେଳେ ହାଇଓ୍ବାଟି ତାଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ଗାଡ଼ି ଭଙ୍ଗାରୁଜା କରିବା ସହ ଡ୍ରାଇଭରକୁ ମାଡ଼ ମାରିବା ସହ କ୍ଷତିପୂରଣ ଦାବିରେ ଆନ୍ଦୋଳନ କରିଥିଲେ। ଘଟଣାସ୍ଥଳରେ କେନ୍ଦ୍ରାପଡ଼ା ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା, ସଦର ଥାନା ଆଇଆଇସି ପବିତ୍ର ମହାରଣା, ମାର୍ଶାଘାଇ ଥାନା ଆଇଆଇସି ପ୍ରଦୀପ୍ତ କାନୁନ୍‌ଗୋ, ଏସ୍‌ଆଇ ସୌମେନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ପହଞ୍ଚିଥିତ୍ଲେ। ପରିସ୍ଥିତି ଅଣାୟତ୍ତ ହେବାରୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାର ସୁଜିତ୍‌ କୁମାର ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲିସ ହାଇଓ୍ବାଟିକୁ ଜବତ କରିବା ସହ ମୃତ ଛାତ୍ରୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?