ଟ୍ୟୁସନ୍‌ରୁ ଫେରୁଥିବା ବେଳେ ଛାତ୍ରୀଙ୍କ ଉପରେ ମାଡ଼ିଗଲା ହାଇଓ୍ବା

ଡେରାବିଶ,୬ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା-ଦାନପୁର ରାସ୍ତାର ଝିଙ୍କଡି ହାଟବାଣପୁର ଛକରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ଛାତ୍ରୀଙ୍କ ଜୀବନ ଯାଇଛି। ମୃତ ଛାତ୍ରୀ ଜଣଙ୍କ ହେଲେ ସନ୍ତୋଷ ଲେଙ୍କାଙ୍କ ଝିଅ ଲକ୍ଷ୍ମୀପ୍ରିୟା(୧୫)। ସେ ନବମ ଶ୍ରେଣୀରେ ପଢୁଥିଲେ।

ସୂଚନାନୁଯାୟୀ, ଆଜି ସକାଳେ ଲକ୍ଷ୍ମୀପ୍ରିୟା ନିକଟସ୍ଥ ଝିଙ୍କଡ଼ି ଗ୍ରାମରୁ ଟ୍ୟୁସନ ସାରି ସାଇକେଲରେ ଫେରୁଥିବା ବେଳେ ହାଇଓ୍ବାଟି ତାଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ଗାଡ଼ି ଭଙ୍ଗାରୁଜା କରିବା ସହ ଡ୍ରାଇଭରକୁ ମାଡ଼ ମାରିବା ସହ କ୍ଷତିପୂରଣ ଦାବିରେ ଆନ୍ଦୋଳନ କରିଥିଲେ। ଘଟଣାସ୍ଥଳରେ କେନ୍ଦ୍ରାପଡ଼ା ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା, ସଦର ଥାନା ଆଇଆଇସି ପବିତ୍ର ମହାରଣା, ମାର୍ଶାଘାଇ ଥାନା ଆଇଆଇସି ପ୍ରଦୀପ୍ତ କାନୁନ୍‌ଗୋ, ଏସ୍‌ଆଇ ସୌମେନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ପହଞ୍ଚିଥିତ୍ଲେ। ପରିସ୍ଥିତି ଅଣାୟତ୍ତ ହେବାରୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାର ସୁଜିତ୍‌ କୁମାର ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲିସ ହାଇଓ୍ବାଟିକୁ ଜବତ କରିବା ସହ ମୃତ ଛାତ୍ରୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri