ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଲିଗଲା ଦମ୍ପତିଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୧୭ା୧୨: ଷୋହଳ ନଂ ଜାତୀୟ ରାଜପଥ ଦୀକ୍ଷିତପଡ଼ା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବିଦ୍ୟୁତ୍‌ଖୁଣ୍ଟ ବୋଝେଇ ଟ୍ରକ୍‌କୁ ବାଇକ୍‌ ପଛପଟୁ ଧକ୍କା ଦେବାରୁ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଉଲ୍ଲାସ ଚନ୍ଦ୍ର ସାହୁ(୫୩) ଓ ସ୍ତ୍ରୀ
ମମତା(୫୦)। ତାଙ୍କ ଘର ଟାଙ୍ଗୀ ଥାନା ଅଧିନସ୍ଥ ସୋରଣ ପଞ୍ଚାୟତର ବଡଡିହ ଗ୍ରାମର ହୋଇଥିବା ଜଣାପଡ଼ିଛି। ସ୍ବାମୀ-ସ୍ତ୍ରୀ ଦୁହେଁ ବାଲୁଗାଁରୁ ଟାଙ୍ଗୀ ଆସୁଥିବା ବେଳେ ଦୀକ୍ଷିତପଡ଼ା ଛକରେ ଏହି ଦୁର୍ଘଟଣା ଘଟିଥିଲା। ବିଦ୍ୟୁତ୍‌ଖୁଣ୍ଟ ବୋଝେଇ କରି ଏକ ଟ୍ରକ୍‌ ଦକ୍ଷିଣରୁ ଅପର ପାର୍ଶ୍ୱକୁ ଅତିକ୍ରମ କରୁଥିବା ବେଳେ ବାଇକ୍‌ଟି ଟ୍ରକ୍‌ ପଛ ଭାଗରେ ଥିବା ବିଦ୍ୟୁତ୍‌ଖୁଣ୍ଟରେ ମାଡ଼ ହୋଇଥିଲା। ଫଳରେ ଉଭୟ ଗୁରୁତର ହୋଇ ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ କୁହୁଡ଼ି ଫାଣ୍ଡି ପୋଲିସ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଦମ୍ପତିଙ୍କୁ ମୃତ ଘୋଷଣା କରିଥିଲେ। ଟାଙ୍ଗୀ ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଉଲ୍ଲାସ ପେସାରେ ଜଣେ ଫାର୍ମାସିଷ୍ଟ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri