ଆମପାଣି ଘାଟିରେ ସଡକ ଦୁର୍ଘଟଣା, ଚାଲିଗଲା ଜଣଙ୍କ ଜୀବନ

କୋକସରା,୨୭।୭(ଡି.ଏନ.ଏ): କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଅଛନ୍ତି।
ବୁଧବାର ମଧ୍ୟାହ୍ନରେ ନବରଙ୍ଗପୁରରୁ ଭବାନୀପାଟଣା ଆସୁଥିବା ଏକ ହୋଣ୍ଡା ସାଇନ ବାଇକ ନମ୍ବର ଓ ୦୮ଆର୍‌ ୩୫୯୨ କୁ ଘାଟି ରାସ୍ତାରେ କୌଣସି ଏକ ଅଜଣା ଗାଡି ଧକ୍କା ଦେବା ଫଳରେ ବାଇକରେ ଥିବା ଦୁଇଜଣ ଗୁରୁତର ଆହତ ହୋଇଥିଲେ। ଆମପାଣି ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଲା। ଆଇଆଇସି ଚତୁର୍ଭୁଜ ନାଏକ ସମେତ ପୋଲିସ କର୍ମଚାରୀ ପହଞ୍ଚି ଗୁରୁତର ଦୁଇଜଣଙ୍କୁ ଉଦ୍ଧାର କରି ପୋଲିସ ଗାଡିରେ କୋକସରା ଡାକ୍ତରଖାନାରେ ଆଣି ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ୧୦୮ ଆମ୍ବୁଲାନ୍ସରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଭବାନୀପାଟଣା ସହରର କାଳିମନ୍ଦିର ପଡାର ସନ୍ତୋଷ ଆଚାର୍ଯ୍ୟ (୬୪) ଓ ଗୁରୁତର ହେଉଛନ୍ତି ଥୁଆମୂଳ ରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତ ବ୍ରାହ୍ମଣ ଚଞ୍ଚରା ଗାଁର ସୁଶାନ୍ତ ସାହୁ(୪୨)। ସେ ଅଡ୍ରି ଡାକ୍ତରଖାନାର କର୍ମଚାରୀ ବୋଲି ପୋଲିସ ସୁଚନା ଦେଇଛି। ମୃତକଙ୍କ ମୃତଦେହ ଗୁରୁବାର ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଆଇଆଇସି ଚତୁର୍ଭୁଜ ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ସରକାରୀ ଚାକିରି ଛାଡ଼ି ଗରିବଙ୍କ ସେବା ପାଇଁ ଆଗେଇଲେ ଡାକ୍ତର ଇଶିକା, କେସିଙ୍ଗାରେ ଖୋଲିଲେ କ୍ଲିନିକ

କେସିଙ୍ଗା,୧୧।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଆଦର୍ଶ ଥାନା ପାର୍ଶ୍ଵରେ ଡା ଇଶିକା ଅଗ୍ରୱାଲଙ୍କ ତତ୍ୱାବଧାନରେ ଏକ ଅଗ୍ରୱାଲ ହେଲଥ କେୟାର କ୍ଲିନିକ ରବିବାର ଉଦଘାଟନ…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?