ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ଡୁଙ୍ଗୁରିପାଲି ୨୩/୧୨ (ଦୀନବନ୍ଧୁ ସୁନା ): କୁହୁଡି ପାଇଁ ଦୁର୍ଘଟଣା । କୁହୁଡି ପାଇଁ ରାସ୍ତା ନଦେଖାଯିବା କାରଣରୁ ଧାନ ବୋଝେଇ ଟ୍ରାକ୍ଟର୍‌କୁ ଧକ୍କା ଦେଲା ପିକ୍‌ନିକ୍‌ ବସ୍  । ତେବେ ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣ ଆହତ ହୋଇଥିବା ସୂଚନା ରହିଛି । ତେବେ ଆହତମାନଙ୍କୁ ଉଦ୍ଧାର କରାଯାଇ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ପ୍ରାପ୍ତ ସୂଚନା ଅନୁଯାୟୀ, ମଙ୍ଗଳବାର ବରଗଡ ଜିଲା ପଦ୍ମପୁର ମେଲଚ୍ଛାମୁଣ୍ଡା ଥାନା ବୁଢାସମର ନିକଟରେ ଥିବା ଜ୍ଞାନ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପଞ୍ଚମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀର ଛାତ୍ରୀଛାତ୍ର, ଶିକ୍ଷକ, ଅଭିଭାବକ ଉକ୍ତ ବସରେ ରହିଥିଲେ । ଘରୋଇ ବସ୍ ଗାଡି ନମ୍ବର -OR-୧୭J ୮୯୫୫ ସୁବର୍ଣ୍ଣପୁର ଉଲୁଣ୍ଡା ପାତାଳି ଶ୍ରୀକ୍ଷେତ୍ର ଦର୍ଶନୀୟ ସ୍ଥାନକୁ ପିକନିକ ପାଇଁ ନେଇଯାଉଥିଲା । ବସଟି ଭୁଲ ରାସ୍ତାରେ ଆସି ଡୁଙ୍ଗୁରିପାଲି -ରାମପୁର ରାସ୍ତାର ସାଲେପାଲି ନିକଟରେ ଥିବା ଏକ ରାଇସ ମିଲ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଏକ ଧାନ ବୋଝେଇ ଟ୍ରାକ୍ଟରକୁ ଧକ୍କା ଦେଇଥିଲା ।

ଘନ କୁହୁଡି ଯୋଗୁଁ ଦେଖି ନପାରି ବସଟି ଧକ୍କା ଦେଇଥିବା ନେଇ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଅନ୍ୟପକ୍ଷେ ତୁରନ୍ତ ଖବର ପାଇଁ ଡୁଙ୍ଗୁରିପାଲି ଅଗ୍ନୀଶମ ସେବା କେନ୍ଦ୍ର ବାହିନୀ ଓ ପୋଲିସ ବାହିନୀ ଦୁର୍ଘଟଣା ସ୍ଥାନକୁ ପହଞ୍ଚି ଆହତ ଛାତ୍ରୀଛାତ୍ର ଓ ଶିକ୍ଷକ ମୋଟ ୨୦ ଜଣଙ୍କୁ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ ଛାତ୍ର ସୌମ୍ୟରଞ୍ଜନ ଭୋଇଙ୍କ ଛାତିରେ ଗୁରୁତର ଆଘାତ, ସିଆରସିସି ସୁଶୀଲ କୁମାର ଶିକାଙ୍କ ବାମଗୋଡ଼ ଓ ଶିକ୍ଷକ ଲକ୍ଷ୍ମଣ ଗଡତିଆ ବାମ ଗୋଡ଼ ଭାଙ୍ଗିଯାଇଥିବାରୁ ୩ ଜଣଙ୍କୁ ଗୁରୁତର ଅବସ୍ଥା ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ବସରେ ମୋଟ ୫୫ ଜଣ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ପାତାଳି ଶ୍ରୀକ୍ଷେତ୍ର ଦର୍ଶନ ଶହ ପିକନିକ ପାଇଁ ଯାଉଥିଲେ । ଦୁର୍ଘଟଣା ସ୍ଥଳକୁ ଡୁଙ୍ଗୁରିପାଲି ଥାନା ଅଧିକାରୀ ରୋଜାଲିନ ପଟେଲ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri