Posted inଜାତୀୟ

ଜମ୍ମୁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଖାଇକୁ ଖସିଲା ବୈଷ୍ଣୋଦେବୀ ଯାଉଥିବା ବସ, ୭ ମୃତ

ଜମ୍ମୁ,୩୦।୫: ଜମ୍ମୁରେ ଏକ ବଡ ଧରଣର ଦୁର୍ଘଟଣା ହୋଇଛି, ଯେଇଁଥିରେ ଘଟଣାସ୍ଥଳରେ ହିଁ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ଝଜ୍ଜର କୋଟଲି ଅଞ୍ଚଳରେ ଘଟିଛି। ଏକ ଯାତ୍ରୀବାହି ବସ ଅମୃତସରରୁ କଟରା ଯାଇଥିବା ବେଳେ ନିୟନ୍ତ୍ରଣ ହରାଇ ଖାଇକୁ ଖସି ପଡିବାକୁ ଏହି ଦୁର୍ଘଟଣା ଘଟିଛି।

ଏହି ଘଟଣା ପରେ ଘଟଣାସ୍ଥଳରୁ ଚିତ୍କାର ଓ କାନ୍ଦିବାର ସ୍ବର ଶୁଭିଥିଲା। ସ୍ଥାନୀୟ ଲୋକଙ୍କ ସହ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା ଏବଂ ସମସ୍ତ ଆହତଙ୍କୁ ଏକ ଘରୋଇ ହସ୍ପିଟାଲକୁ ପଠାଯାଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ୭ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ ବସରେ ପ୍ରାୟ ୭୦-୭୫ ଯାତ୍ରୀ ଥିଲେ, ସେମାନଙ୍କ ମଧ୍ୟରୁ କେତେକ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ଏଥିସହ କେତେକଙ୍କୁ ଡାକ୍ତରଖାନା ନିଆଯାଇଥିଲା ଯେଉଁଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।
ସର୍ବଶେଷ ସୂଚନା ଅନୁଯାୟୀ, ଗୁରୁତର ଆହତ ୪ଜଣଙ୍କୁ ସରକାରୀ ମେଡିକାଲ କଲେଜ ଏବଂ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏହା ବ୍ୟତୀତ ଅନ୍ୟ ୧୨ ଜଣ ଆହତଙ୍କୁ ସ୍ଥାନୀୟ ପିଏଚସିକୁ ପଠାଯାଇଛି ଯେଉଁଠାରେ ସେମାନେ ଚିକିତ୍ସିତ ହେଉଛନ୍ତି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜାମ୍ମୁ ଠାରୁ ପ୍ରାୟ ୩୦ କିଲୋମିଟର ଦୂରରେ ଥିବା ଝାଜ୍ଜର କୋଟଲି ଅଞ୍ଚଳରେ ଏହି ବସ ଦୁର୍ଘଟଣା ଘଟିଛି। ବସରେ ବୈଷ୍ଣୋ ଦେବୀଙ୍କ ଯାତ୍ରୀମାନେ ମଧ୍ୟ ଥିଲେ। ମଙ୍ଗଳବାର ସକାଳେ ଏହି ଦୁର୍ଘଟଣା ଘଟିଥିଲା, ପରେ ନିକଟସ୍ଥ ଅଞ୍ଚଳର ଲୋକ ଏବଂ ପୋଲିସ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri