ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୃତକମାନେ ଲକ୍ଷ୍ମଣ ସନଙ୍ଗି ଓ ବିଛି ସନଙ୍ଗି ବୋଲି ଜଣା ପଡ଼ିଛି। ସେମାନଙ୍କ ଘର ସ୍ଥାନୀୟ କୁଆଁର ଗ୍ରଣର ବୋଲି ଜଣାପଡ଼ିଛି। ମାତ୍ର ୨ ଶହ ମିଟର ଭିତରେ ୨ଘଣ୍ଟା ବ୍ୟବଧାନରେ ୨ଟି ଦୁର୍ଘଟଣା ହୋଇଛି । ଦୁଇଟି ପୃଥକ ସଡ଼କ ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଛି ।

ସୂଚନା ଅନୁସାରେ, ସେମାନେ ଦୁଇ ଭାଇ ଏକ ବାଇକରେ ରଜ ଉତ୍ସବ ଦେଖିବାକୁ ଯାଇ ବାୟାପଣ୍ଡାଧାର ଆଡୁ ନିଜ ଗ୍ରାମ କୁଆଁରକୁ ଫେରୁଥିବା ବେଳେ କଲୋନୀ ଛକ ନିକଟରେ ଏକ ଅଜଣା ଲାଇନ୍ ଟ୍ରକ୍ ଧକ୍କା ଦେଇ ଫେରାର ହୋଇ ଯାଇଥିଲା। ଘଟଣା ସ୍ଥଳରେ ବାଇକ୍ ଭାଙ୍ଗି ଚୁରମାର ହୋଇ ଯାଇଥିବା ବେଳେ ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଯାଇଛି। କାଞ୍ଜିପାଣି ପୋଲିସ ପହଞ୍ଚି ମୃତ ଦେହ ଜବତ କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠେଇଦେଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକ ଖେଳାଇ ଦେଇଛି।

ସେହିପରି ଅପରାହ୍ନ ପ୍ରାୟ ୩ ବେଳେ ଉକ୍ତ ସ୍ଥାନ ଠାରୁ ମାତ୍ର ଅଳ୍ପ ଦୂରରେ ମଙ୍ଗଳା ମନ୍ଦିର ଛକ ନିକଟରେ ଆଉ ଏକ ବାଇକକୁ ଏକ ଲାଇନ୍ ଟ୍ରକ୍ ଧକ୍କା ଦେବା ଫଳରେ ବାଇକରେ ଯାଉଥିବା ତିନି ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ମିଳି ନ ଥିଲେ ହେଁ ସେମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣା ପଡ଼ିଛି। ଦୁର୍ଘଟଣା ପରେ ଏନଏଚ ୪୯ ରେ ସ୍ଥାନୀୟ ଉତ୍ତ୍ୟକ୍ତ ଲୋକଙ୍କ ସମାଗମ ଯୋଗୁଁ ଅଦ୍ୟାବଧି ଯାତାୟାତ ବନ୍ଦ ରହିଛି । ପୋଲିସ ପହଞ୍ଚି ଲୋକଙ୍କ ସହିତ ଆଲୋଚନା ଜାରି ରଖିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ହାଟଡିହୀରେ ବିରୋଧୀଙ୍କୁ ଶକ୍ତ ଝଟକା: ଭାଜପାରେ ମିଶିଲେ…

ହାଟଡିହୀ,୧୩।୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ମରୈଗାଁ ପଞ୍ଚାୟତ ବେତିରା ଗ୍ରାମର ୬୦ରୁ ଉର୍ଦ୍ଧ ଅନ୍ୟ ଦଳର କର୍ମୀ ଦଳ ଛାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?