ଟ୍ରକକୁ ପଛରୁ ପିଟିଲା ବାଇକ୍, ଏକାଥରେ ଚାଲିଗଲା ବାପ-ପୁଅଙ୍କ ଜୀବନ

କେନ୍ଦୁଝର,୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ତେନ୍ତୁଳି ଗ୍ରାମ ନିକଟ ଏନଏଚ ୪୯ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭୟଙ୍କର ଦୁର୍ଘଟଣାରେ ବାପା-ପୁଅଙ୍କର ଶୋଚନୀୟ ଭାବେ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମୃତ ବାପାଙ୍କ ନାମ ନୁର ସଲିମ୍ ( ୩୫) ଓ ପୁଅ ଏମଡି ନୁରୟା (୬) ବୋଲି ଜଣା ପଡିଛି । ସେମାନେ ତିନି ଜଣ ଏକ ବାଇକରେ ଦେବଗଡକୁ ଯିବାକୁ ବାହାରିଥିଲେ। ଘରୁ ଆସି ଦେବଗଡ ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଆଗରେ ଯାଉଥିବା ଏକ ଟ୍ରକ୍‌ ପଛରେ ପିଟି ହୋଇଯାଇଥିଲେ ।

ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା ବୋଲି ପ୍ରତ୍ୟକ୍ଷ ଦର୍ଶୀଙ୍କ ଠାରୁ ସୂଚନା ମିଳିଛି। ଶୁଆକାଟି ଫାଣ୍ଡି ଠାରୁ ମାତ୍ର ଅଳ୍ପ ଦୂରରେ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ ସ୍ଥାନୀୟ ଲୋକ ଓ ପୋଲିସ ପହଂଚି ସେମାନଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତର ଖାନା କୁ ପଠାଇଥିଲେ। ଆହତ ମା ଙ୍କ ନାମ ଜଣା ପଡ଼ିନାହିଁ। ବାପା ଓ ପୁଅ ର ମୃତ ଦେହକୁ ବ୍ୟବଚ୍ଛେଦ କରି ପୋଲିସ ସେମାନଙ୍କ ପରିବାର ଲୋକ ଙ୍କୁ ହସ୍ତାନ୍ତର କରିଛି। ମୃତ ନୂର ଦୀର୍ଘ ବହୁ ବର୍ଷ ହେଲା ତେନ୍ତୁଳି ନିକଟରେ ଡାଇନାମୋ ମେକାନିକ ଭାବେ କାମ କରିଆସୁଥିଲା ଏବଂ ସମସ୍ତଙ୍କ ପରିଚିତ ଥିଲା। ଏଭଳି ଦୁଃଖଦ ଦୁର୍ଘଟଣା ନେଇ ଉକ୍ତ ଅଂଚଳରେ ଶୋକ ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri