ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଯାତ୍ରୀବାହୀ ବସ୍‌

କୋରାପୁଟ,୨୭।୩(ଅମିତାଭ ବେହେରା): ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଖାମ୍ବେଶ୍ୱରୀ ନାମକ ଯାତ୍ରୀବାହୀ ବସ୍‌। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ନାରାୟଣ ରଥ (୫୪)ବୋଲି ସୂଚନା ମିଳିଛି।

କୋରାପୁଟ ରାୟଗଡ଼ା ରାସ୍ତାର ପୋଡାଗଡ ନିକଟସ୍ଥ ପାୱାର ଗ୍ରିଡ ନିକଟରେ ଏହି ଘଟଣା ଘଟିଛି । ସୂଚନାଯୋଗ୍ୟ, ବସ୍‌ଟି ମାଲକାନଗିରିରୁ ବ୍ରହ୍ମପୁର ଯାଉଥିଲା। ଦୀର୍ଘ ସମୟର ଅକ୍ଲାନ୍ତ ପରିଶ୍ରମ ପରେ ଗାଡ଼ିରେ ଥିବା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ଆହତଙ୍କୁ ପୋଡ଼ାଗଡ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଗୁରୁତର ଥିବା ପାଞ୍ଚ ଜଣଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜରେ ଭର୍ତ୍ତି କରାଯାଇଛି। ସମସ୍ତଙ୍କ ଅବସ୍ଥା ବିପଦମୁକ୍ତ ବୋଲି ଡାକ୍ତର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri