ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି। ନ୍ୟାୟ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଏସ୍‌ପି ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି।ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେବଳଗଣ୍ଡି ଛକରେ ବୋଲେରୋ ଓ ସ୍କଟି ମଧ୍ୟରେ ଧକ୍କା ହେବାରୁ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ମେଡ଼ିକାଲ ଛକ ଆଡୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବାଲଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା । ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇ ଯିବା ସହ ଆହତ ହୋଇଥିଲେ । ଲୋକ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ବୋଲେରୋ ଚାଳକଙ୍କୁ କାବୁ କରିଛନ୍ତି । ତେବେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇଜଣଙ୍କ ଚିକିତ୍ସା ଜାରିରହିଛି । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହ ଗାଡ଼ି ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri