ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି। ନ୍ୟାୟ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଏସ୍‌ପି ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି।ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେବଳଗଣ୍ଡି ଛକରେ ବୋଲେରୋ ଓ ସ୍କଟି ମଧ୍ୟରେ ଧକ୍କା ହେବାରୁ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ମେଡ଼ିକାଲ ଛକ ଆଡୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବାଲଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା । ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇ ଯିବା ସହ ଆହତ ହୋଇଥିଲେ । ଲୋକ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ବୋଲେରୋ ଚାଳକଙ୍କୁ କାବୁ କରିଛନ୍ତି । ତେବେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇଜଣଙ୍କ ଚିକିତ୍ସା ଜାରିରହିଛି । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହ ଗାଡ଼ି ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri