ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ ଦୁର୍ଘଟଣା ପରେ ଉପଯୁକ୍ତ କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଲୋକେ ଶବ ଜବତ କରିବାକୁ ଦେଉ ନ ଥିବାବେଳେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

ପ୍ରଥମ ଦୁର୍ଘଟଣାଟି ଇନ୍ଦ୍ରାବତୀ ବ୍ରିଜ ନିକଟ ସିନାତୋଟା ପାଖରେ ଘଟିଛି। ସାନ ଦେରଲା ଗ୍ରାମର ରୁଦ୍ର ନାଏକ (୧୯) ଓ ବାଲେଶ୍ୱର ନାଏକ (୨୦) ଏବଂ ବଡ଼ ଦେରଲା ଗ୍ରାମର ଖଗେଶ୍ୱର ମାଝୀ (୩୪) ଦୁଇଟି ବାଇକ ଯୋଗେ କୁମ୍ଭାରକାନି ପେଟ୍ରୋଲ ପମ୍ପରୁ ନିଜ ଗ୍ରାମକୁ ଫେରୁଥିଲେ। ଏହି ସମୟରେ ଡୁମେରପଦର ପଟୁ ଆସୁଥିବା ଏକ ଟ୍ରାକ୍ଟର ସହ ବାଇକ ଦ୍ୱୟର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ରୁଦ୍ର ଓ ଖଗେଶ୍ୱରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଗୁରୁତର ବାଲେଶ୍ୱରଙ୍କୁ ନେବା ପାଇଁ ଆମ୍ବୁଲାନ୍ସ ନ ମିଳିବାରୁ ଥାନା ଅଧିକାରୀ କୈବଲ୍ୟ ସେଠ ନିଜ ସରକାରୀ ଗାଡ଼ିରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତର ଶକ୍ତି ସାଗର ତାଙ୍କୁ ଜିଲା ମେଡିକାଲକୁ ରେଫର୍‌ କରିଛନ୍ତି।

ଦୁର୍ଘଟଣା ପରେ ମୃତକଙ୍କ ପରିବାର ଓ ଗ୍ରାମବାସୀ କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ଅଡ଼ି ବସିଛନ୍ତି। ଖବର ଲେଖା ହେବା ସୁଦ୍ଧା ମୃତକଙ୍କ ପରିବାର ଲୋକେ ଶବ ଉଠାଇବାକୁ ଦେଉ ନ ଥିବା ବେଳେ ରାସ୍ତା ଉପରେ ବସି ରହିଛନ୍ତି। ଶବ ଆଣିବା ପାଇଁ ପୋଲିସ ପକ୍ଷରୁ ‘ମହାପ୍ରୟାଣ ଗାଡ଼ି’ ପଠାଯାଇଥିଲେ ହେଁ ଲୋକଙ୍କ ଆକ୍ରୋଶ ଯୋଗୁ ଗାଡ଼ିଟି ଖାଲି ହାତରେ ଫେରି ଆସିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ଦଳ ମୁତୟନ ହୋଇ ଲୋକଙ୍କୁ ବୁଝାସୁଝା ଜାରି ରଖିଛନ୍ତି।

ଅନୁରୂପ ଭାବେ କଳାହାଣ୍ଡି-ରାୟଗଡ଼ା ସୀମାନ୍ତ କୋଚବାଇ ବାଇପାସ ନିକଟରେ ଦୁଇଟି ବାଇକ ମଧ୍ୟରେ ଧକ୍କା ହୋଇଛି। କାଶୀପୁର ଥାନା ବଡ଼ ଚେକ୍ନା ଗ୍ରାମର କୁମରମଣି ନାଏକ (୨୭)ଙ୍କ ମୃତ୍ୟୁ ହୋଇଥିବାବେଳେ ଆମ୍ବୁଲାନ୍ସ ନ ପହଞ୍ଚିବାରୁ ତ୍ରିନାଥ ନାୟକ (୪୫) ଓ ସଙ୍କୁଳ ମାଝୀ (୨୬)ଙ୍କୁ ଏକ ବାଇକ ଯୋଗେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ପରେ ସଙ୍କୁଳଙ୍କୁ ମଧ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଥାନା ଅଧିକାରୀ କୈବଲ୍ୟ ସେଠ ଘଟଣାର ଅଧିକ ତଦନ୍ତ ଜାରି ରଖିଛନ୍ତି। ଟ୍ରାକ୍ଟର ଚାଳକ ଫେରାର ଥିବା ବେଳେ ଅଞ୍ଚଳରେ ଶୋକାକୁଳ ପରିବେଶ ସହ ଉତ୍ତେଜନା ଲାଗିରହିଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?