ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍ ଦୁର୍ଘଟଣାରେ ଜଣେ ମହିଳା ଓ ଜଣେ ପୁରୁଷଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାମ ଗୁଲା ବେହେରା ବୋଲି ଜଣାପଡ଼ିଛି ।
ଘଟଣା ପରେ ସ୍ଥାନୀୟ ଲୋକେ ଓ ପୋଲିସ ପହଞ୍ଚି ଉଭୟଙ୍କ ମୃତଦେହକୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛନ୍ତି । ପୁରୁଷ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ, ଦୁର୍ଘଟଣାର କାରଣ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।