ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ (୬୦) । ସୂଚନା ଅନୁସାରେ, ପ୍ରହଲ୍ଲାଦ ନିଜ ସ୍ତ୍ରୀ ସହିତ କାଳିଆବାଲିରୁ ନିଜ ଘରକୁ ଚାଲି ଚାଲି ଯାଉଥିଲେ । ଏହି ସମୟରେ ଏକ ଅଜଣା ଗାଡି ପ୍ରହଲ୍ଲାଦଙ୍କୁ ପଛରୁ ଧକ୍କା ଦେଇଥିଲା ।

ଘଟଣା ସ୍ଥଳରେ ପ୍ରହଲ୍ଲାଦ ଗୁରୁତର ଆହତ ହୋଇଥିଲେ । ଚମାଖଣ୍ଡି ପୋଲିସ ଘଟଣା ସ୍ଥଳରେ ପଂହଁଚି ଆହତ ପ୍ରହଲ୍ଲାଦଙ୍କୁ ପ୍ରଥମେ ଛତ୍ରପୁର ଓ ପରେ ବ୍ରହ୍ମପୁର ବଡମେଡ଼ିକେଲକୁ ସ୍ଥାନାନ୍ତର କରିଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଏ ନେଇ ଚମାଖଣ୍ଡି ଥାନାରେ ୫୫୮/୨୫ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରହିଛି । ଏନେଇ ଥାନା ଅଧିକାରିଣୀ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି ସୂଚନା ଦେଇଛନ୍ତି ।

ତେବେ ଏହି ଘଟଣା ନେଇ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହିତ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଟ୍ବିଟ କରି କୁହାଯାଇଛି ଯେ, ଗଞ୍ଜାମ ଜିଲା ଛତ୍ରପୁର ତହସିଲର ପ୍ରହଲ୍ଲାଦ ନାୟକ(ପିତା – ରତନ ନାୟକ) ଙ୍କର ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ବିଦ୍ୟାମନ୍ଦିରର ବାର୍ଷିକୋତ୍ସବ: ଯୋଗଦେଲେ ଏନ୍‌ଏସି ଅଧ୍ୟକ୍ଷ

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ସ୍ବାମୀ ଚେତନାନନ୍ଦ ସାରସ୍ବତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri