ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ ଆସୁଥିବା ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଘଟଣା ସ୍ଥଳରେ ହିଁ ଜଣକର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣକ ହେଲେ ରବୀନ୍ଦ୍ର କାଡ୍ରକା ଏବଂ ତାଙ୍କ ଘର କାଣ୍ଡଜାମ ବୋଲି ଜଣାପଡିଛି । ଘଟଣା ସ୍ଥଳରେ ଥାନା ଅଧିକାରୀ କିରାଣବାଳ ସାମଲ ପହଂଚି ମୃତଦେହ ଉଦ୍ଧାର କରି ପୋଷ୍ଟ ମର୍ଟମ ନିମନ୍ତେ ଗୁଣପୁର ପଠେଇ ଅଟକୁ ଜବତ କରିଥିଲେ ।

ଘଟଣାସ୍ଥଳରେ ସମିତି ଅଧକ୍ଷ ରବି କୁମାର ଗମାଙ୍ଗ, ଜିଲା ପରିଷଦ ସଭ୍ୟ ତାଂଗୁଡୁ ଶ୍ରୀଧର ପହଞ୍ଚି ମୃତ ପରିବାରଙ୍କୁ ସାନ୍ବନା ଦେଇଥିଲେ । ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାର ପ୍ରାଣ କୃଷ୍ଣ ପାଣିଗ୍ରାହୀ, ଅତରିକ୍ତ ତହସିଲଦାର ଗୟା ଡମ୍ବୁରୁଧର ବେହେରା, ରାଜସ୍ବ ପରିଦର୍ଶକ ଶିବାନନ୍ଦ ଦାସ ପରିବାରଙ୍କୁ ରେଡକ୍ରସରୁ ସହାୟତା ରାଶି ଦଶ ହଜାର ଟଙ୍କା ପ୍ରଦାନ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?