କାଣୀଗୁମାରେ ମର୍ମନ୍ତୁଦ ଦୁର୍ଘଟଣା; ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କାରେ ଯୁବକ ମୃତ

ଥୁଆମୂଳ ରାମପୁର,୨୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣୀଗୁମା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗୁଣପୁର ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଗ୍ଲାମର ବାଇକ୍ ଏବଂ ବିପରୀତ ଦିଗରୁ ଆସୁଥିବା ଏଚ୍.ଏଫ୍. ଡିଲକ୍ସ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ଜୀବନ ଯାଇଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ, ଅମଠଗୁଡ଼ା ଗ୍ରାମର ସାଧୁରାମ ନାଏକଙ୍କ ପୁଅ ଦୀପକ କୁମାର ନାଏକ (୨୭) ରବିବାର ରାତ୍ରୀ ପ୍ରାୟ ୯:୪୫ ମିନିଟ୍ ସମୟରେ କାଣୀଗୁମା ଖଣ୍ଡୁଆଲା ମହୋତ୍ସବ ଦେଖି ସାରି ନାକରୁଣ୍ଡି ସ୍ଥିତ ମୋହନଗିରି ଅଞ୍ଚଳକୁ ଦଶହରା ଦେଖିବାକୁ ଯାଉଥିଲେ। ସେହି ସମୟରେ ଜାକମ୍ ଗ୍ରାମର ୩ ଜଣ ଯୁବତୀ ଓ ଜଣେ ଯୁବକ ଏକ ଗ୍ଲାମର ବାଇକ୍ (ନମ୍ବର- ଓଡ଼ି ୦୮ ଆର୍ ୬୧୫୫) ଯୋଗେ ଗୁଣପୁର ପଟୁ କାଣୀଗୁମା ଯାତ୍ରା ଦେଖିବାକୁ ଆସୁଥିଲେ। ସ୍ୱାସ୍ଥ୍ୟ ସ୍ୱରାଜ ନିକଟସ୍ଥ କଫି ପ୍ଲାଣ୍ଟେସନ୍ ପାଖରେ ଉଭୟ ଗାଡ଼ି ମଧ୍ୟରେ ଭୀଷଣ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଏଚ୍.ଏଫ୍. ଡିଲକ୍ସ ଗାଡ଼ି ଚଳାଉଥିବା ଦୀପକ କୁମାର ନାଏକଙ୍କ ମୁଣ୍ଡ ଓ ଶରୀରରେ ଗଭୀର ଆଘାତ ଲାଗିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ସେହିପରି ଅନ୍ୟ ପଟେ ଥିବା ୪ ଜଣ ଆହତ ଯୁବତୀଯୁବକଙ୍କୁ ପ୍ରଥମେ କାଣୀଗୁମା ସ୍ୱାସ୍ଥ୍ୟ ସ୍ୱରାଜ କେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କ ମଧ୍ୟରୁ ଅଧିକ ଚିକିତ୍ସା ପାଇଁ ଜିଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଏନେଇ ମୃତକଙ୍କ ପିତା ସାଧୁରାମ ନାଏକ ଥୁଆମୂଳ ରାମପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନମ୍ବର- ୧୭୪/୨୬) ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଥିବା ବେଳେ ସକାଳେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଶବ ବ୍ୟବଚ୍ଛେଦ କରାଯାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି । ଏହି ଅଘଟଣରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚିଲିଗୁଡ଼ାରୁ ଫୁପଗାଁକୁ ଯୋଡ଼ିବ ନୂଆ ରାସ୍ତା, ଉପକୃତ ହେବେ ୩ ବ୍ଲକ୍‌ର ହଜାର ହଜାର ଲୋକ

କୋକସରା,୨୬।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷ ଧରି ହୋଇ ଆସୁଥିବା ଅଞ୍ଚଳବାସୀଙ୍କ ଦାବି ଶେଷରେ ପୂରଣ ହୋଇଛି। ୨୬ ନମ୍ବର ଜାତୀୟ ରାଜପଥ କୋକସରା ବ୍ଲକ ଚିଲିଗୁଡାଠାରୁ…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି ।…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ଗଜଲକ୍ଷ୍ମୀ ପୂଜାରେ ମଞ୍ଚସ୍ଥ ହେଲା ‘ଶଶୀରେଖା ହରଣ’ ନାଟକ, କାହାଣୀଙ୍କୁ ଜୀବନ୍ତ କରି କଳାକାର…

କର୍ଲାମୁଣ୍ଡା,୨୫ା୧୦(ପ୍ରଦୀପ କୁମାର ସାହୁ): ଗଜଲକ୍ଷ୍ମୀ ପୂଜା ଅବସରରେ ଶନିବାର କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ଧରଣିପଡ଼ାଠାରେ ଖମ୍ବେଶ୍ୱରୀ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ‘ଶଶୀରେଖା ହରଣ’…

ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…

ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?