ଅଜଣାଗାଡ଼ି ଧକ୍କାରେ ଦାଦା ମୃତ, ପୁତୁରା ଗୁରୁତର

ବାଲିଗୁଡ଼ା,୨୬ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅନ୍ତର୍ଗତ ବ୍ରହ୍ମପୁରଠାରୁ ରାୟପୁର ୫୯ ନଂ ଜାତୀୟ ରାଜପଥ କନ୍ଦିବାନ୍ଦା ବେତିଶଙ୍ଖ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦାଦାଙ୍କ ମୃତ୍ୟୁ ଘଟିଥିବାବେଳେପୁତୁରା ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି l
ଘଟଣାରୁ ପ୍ରକାଶ ଯେ, ଦାଦା ପୁତୁରା ଦୁହେଁ ମିଶି ଓଡି ୧୨ ଏ ୮୩୬୭ ନଂ ବାଇକ୍‌ ଯୋଗେ ଶ୍ୱଶୁର ଘରୁ ନିଜ ଗାଁକୁ ସନ୍ଧ୍ୟାରେ ଫେରୁଥିବା ବେଳେ ଅଜଣା ଗାଡ଼ି ଧକ୍କାରେ ଦାଦା ମୃତ ପୁତୁରା ଆହତ ହୋଇଥିବା ଜଣାପଡ଼ିଛି। ମୃତକ କ.ନୂଆଗାଁ ବ୍ଲକ ଅନ୍ତର୍ଗତ ଆଡ଼ିମାହା ପଞ୍ଚାୟତ ଶାଙ୍କୁଶବାଲି ଗାଁର ଜୀବନ ବନ୍ଧୁ ଦିଗାଲ (୨୪) ହୋଇଥିବା ବେଳେ ଆହତ ଯୁବକ ଜଣକ ପିଣ୍ଟୁ ଦିଗାଲ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ସମ୍ପର୍କରେ ପୋଲିସ ଖବରପାଇ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି କ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। କିନ୍ତୁ ସେଠାରେ ଜୀବନ ବନ୍ଧୁ ଦିଗାଲଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ସେପଟେ ଆହତ ପୁତୁରା ପିଣ୍ଟୁ ଦିଗାଲ ଚିକିତ୍ସିତ ଅବସ୍ଥାରେ ଥିବା ବେଳେ ମୃତଦେହକୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଥାନା କେସ୍‌ ନଂ ୪୦/୨୫ରେ ଏକ ମାମଲା ଋଜୁକରି ଏସ୍‌ଆଇ ଅଶୋକ କୁମାର ତ୍ରିପାଠୀ ଅଧିକ ତଦନ୍ତ କରୁଥିବା ବିଷୟ ଥାନା ଅଧିକାରୀ ଅଶୋକ କୁମାର ହାଁସଦା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri