ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଇକ ଆରୋହିଙ୍କ ଉପରେ ଚଢ଼ିଗଲା ଟ୍ରକ

ପାଟଣା,୮।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ ଓ କୋଲକତା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ଶିଶୁମନ୍ଦିର ନିକଟରେ ଏକ ଟ୍ରକ ବାଇକ୍‌କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ବାଇକ ଆରୋହିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବାଇକ ଆରୋହି ଜଣକ ହେଉଛନ୍ତି ମୟୁରଭଞ୍ଜ ଜିଲା ବାରିପଦା ବୁଢାମରାର ବେଣୁଧର ଗୋଛାୟତ। ସୂଚନାଯୋଗ୍ୟ, ବେଣୁଧର ଓଡିଶା ଆଗ୍ର ଇଣ୍ଡୋଷ୍ଟ୍ରିଆଲ କୋ-ଅପରେସନରେ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଗୁରୁବାର ସକାଳୁ ବେଣୁଧର ବାଇକ୍‌ରେ ଯାଉଥିବା ବେଳେ ଖିରେଇଟାଙ୍ଗିରୀ ନିକଟରେ ହଠାତ୍‌ ଏକ ଟ୍ରକ୍‌ ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଏହାପରେ ଉକ୍ତ ଟ୍ରକ ତାଙ୍କ ଗୋଡ଼ ଉପରେ ଚଢ଼ି ଦୁର୍ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଜରିଆରେ କେନ୍ଦୁଝର ମେଡିକାଲକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟପଟେ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଫେରାର ଟ୍ରକକୁ ଧରିବା ପାଇଁ ଛାନ୍‌ଭିନ ଜାରି ରଖି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri