ସଡ଼କ ଦୁର୍ଘଟଣା: ବର୍ଷକରେ ୫୬୦୦ ମୃତ୍ୟୁ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ଓଡ଼ିଶାରେ ୨୦୨୩ରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫୬୦୦ ଜଣଙ୍କ ମୃତ୍ୟୁ ଘଟିଛି, ଯାହାଙ୍କ ମଧ୍ୟରୁ ୭୦% ହେଉଛନ୍ତି ଯୁବବର୍ଗ । ତେଣୁ ବିଭିନ୍ନ ପଞ୍ଚାୟତିରାଜ ପ୍ରତିଷ୍ଠାନର ସଦସ୍ୟ ଯଥା ସରପଞ୍ଚ ଆଦିଙ୍କୁ ସଂଶ୍ଲିଷ୍ଟ କରି ଗ୍ରାମ୍ୟସ୍ତରରେ ସଚେତନତା କାର୍ଯ୍ୟକ୍ରମ କରିବାକୁ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସଡ଼କ ସୁରକ୍ଷା କାଉନସିଲ ବୈଠକ ଗୁରୁବାର ଲୋକସେବା ଭବନ ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ସାହୁ ଏଥିରେ ସଭାପତିତ୍ୱ କରିଥିବାବେଳେ ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ, ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ, ପରିବହନ କମିଶନର, ଟ୍ରକ୍‌ ଓ ବସ୍‌ ସଂଘର କର୍ମକର୍ତ୍ତାଙ୍କ ସମେତ ନିର୍ମାଣ, ଆଇନ ଓ ଅର୍ଥ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ବୈଠକରେ ହେଲ୍‌ମେଟ ଆଇନକୁ କଡ଼ାକଡ଼ି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସଡ଼କ ଦୁର୍ଘଟଣା ଯୋଗୁ ଅନେକ ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଥିବାରୁ ପୋଲିସ ବହୁ ସମୟରେ ଅସୁବିଧାରେ ପଡୁଛି। ତେଣୁ ପୋଲିସ ମହାନିର୍ଦ୍ଦେଶକ ସମସ୍ତ ଥାନାକୁ ଏ ବାବଦରେ ନିର୍ଦ୍ଦେଶ ଦେବା ପାଇଁ ପ୍ରସ୍ତାବ ଦେଇଥିଲେ। ଜାତୀୟ ରାଜପଥ ୧୬ ଓ ୩୧୬କୁ ଆଦର୍ଶ ରାସ୍ତା ଭାବେ ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନ୍‌ଏଚ୍‌ଏଆଇ ଅଧିକାରୀମାନେ ଜୁନ୍‌ ଶେଷ ସୁଦ୍ଧା ଏହି ରାସ୍ତାର ଅଡିଟ କରି ଉପଯୁକ୍ତ ସୂଚନା ଫଳକ ଲଗାଇବେ। ପ୍ରତିଦିନ ରାଜ୍ୟରେ ପ୍ରାୟ ୧୫ଟି ଦୁର୍ଘଟଣାଜନିତ ମୃତ୍ୟୁ ଘଟୁଥିବାରୁ ଉନ୍ନୟନ କମିଶନର ଚିନ୍ତାବ୍ୟକ୍ତ କରିଛନ୍ତି। ସେ ନିର୍ମାଣ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ଆସନ୍ତା ୩ ମାସରେ ସମସ୍ତ ଏନ୍‌ଏଚ୍‌, ଏସ୍‌ଏଚ୍‌ ସୁରକ୍ଷା ଅଡିଟ ଶେଷ କରାଯିବ। ଅଡିଟ ରିପୋର୍ଟ ଅନୁଯାୟୀ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ। ହାଇଓ୍ବେ ପାଟ୍ରୋଲର ଅଧିକାରୀଙ୍କୁ ଧାରା ୧୮୫ ଅନୁଯାୟୀ ମଦ୍ୟପ ଗାଡ଼ି ଚାଳକଙ୍କୁ ଧରିବା ପାଇଁ କ୍ଷମତା ଦିଆଯିବ। ଉଭୟ ସରକାରୀ ଓ ବେସରକାରୀ ଆମ୍ବୁଲାନ୍ସକୁ ଏକୀକୃତ କରାଯିବ। ଏକ ମୋବାଇଲ ଆପ୍ଲିକେଶନ ଦ୍ୱାରା ସମସ୍ତ ଜରୁରିକାଳୀନ ସେବା ଏକୀକୃତ ହେବ। ଫଳରେ ଦୁର୍ଘଟଣା ଘଟିବା ପରେ ନିକଟସ୍ଥ ଡାକ୍ତରଖାନାକୁ ତୁରନ୍ତ ସୂଚନା ଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri