ସଡ଼କ ଦୁର୍ଘଟଣା: ବର୍ଷକରେ ୫୬୦୦ ମୃତ୍ୟୁ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ଓଡ଼ିଶାରେ ୨୦୨୩ରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫୬୦୦ ଜଣଙ୍କ ମୃତ୍ୟୁ ଘଟିଛି, ଯାହାଙ୍କ ମଧ୍ୟରୁ ୭୦% ହେଉଛନ୍ତି ଯୁବବର୍ଗ । ତେଣୁ ବିଭିନ୍ନ ପଞ୍ଚାୟତିରାଜ ପ୍ରତିଷ୍ଠାନର ସଦସ୍ୟ ଯଥା ସରପଞ୍ଚ ଆଦିଙ୍କୁ ସଂଶ୍ଲିଷ୍ଟ କରି ଗ୍ରାମ୍ୟସ୍ତରରେ ସଚେତନତା କାର୍ଯ୍ୟକ୍ରମ କରିବାକୁ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସଡ଼କ ସୁରକ୍ଷା କାଉନସିଲ ବୈଠକ ଗୁରୁବାର ଲୋକସେବା ଭବନ ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ସାହୁ ଏଥିରେ ସଭାପତିତ୍ୱ କରିଥିବାବେଳେ ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ, ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ, ପରିବହନ କମିଶନର, ଟ୍ରକ୍‌ ଓ ବସ୍‌ ସଂଘର କର୍ମକର୍ତ୍ତାଙ୍କ ସମେତ ନିର୍ମାଣ, ଆଇନ ଓ ଅର୍ଥ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ବୈଠକରେ ହେଲ୍‌ମେଟ ଆଇନକୁ କଡ଼ାକଡ଼ି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସଡ଼କ ଦୁର୍ଘଟଣା ଯୋଗୁ ଅନେକ ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଥିବାରୁ ପୋଲିସ ବହୁ ସମୟରେ ଅସୁବିଧାରେ ପଡୁଛି। ତେଣୁ ପୋଲିସ ମହାନିର୍ଦ୍ଦେଶକ ସମସ୍ତ ଥାନାକୁ ଏ ବାବଦରେ ନିର୍ଦ୍ଦେଶ ଦେବା ପାଇଁ ପ୍ରସ୍ତାବ ଦେଇଥିଲେ। ଜାତୀୟ ରାଜପଥ ୧୬ ଓ ୩୧୬କୁ ଆଦର୍ଶ ରାସ୍ତା ଭାବେ ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନ୍‌ଏଚ୍‌ଏଆଇ ଅଧିକାରୀମାନେ ଜୁନ୍‌ ଶେଷ ସୁଦ୍ଧା ଏହି ରାସ୍ତାର ଅଡିଟ କରି ଉପଯୁକ୍ତ ସୂଚନା ଫଳକ ଲଗାଇବେ। ପ୍ରତିଦିନ ରାଜ୍ୟରେ ପ୍ରାୟ ୧୫ଟି ଦୁର୍ଘଟଣାଜନିତ ମୃତ୍ୟୁ ଘଟୁଥିବାରୁ ଉନ୍ନୟନ କମିଶନର ଚିନ୍ତାବ୍ୟକ୍ତ କରିଛନ୍ତି। ସେ ନିର୍ମାଣ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ଆସନ୍ତା ୩ ମାସରେ ସମସ୍ତ ଏନ୍‌ଏଚ୍‌, ଏସ୍‌ଏଚ୍‌ ସୁରକ୍ଷା ଅଡିଟ ଶେଷ କରାଯିବ। ଅଡିଟ ରିପୋର୍ଟ ଅନୁଯାୟୀ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ। ହାଇଓ୍ବେ ପାଟ୍ରୋଲର ଅଧିକାରୀଙ୍କୁ ଧାରା ୧୮୫ ଅନୁଯାୟୀ ମଦ୍ୟପ ଗାଡ଼ି ଚାଳକଙ୍କୁ ଧରିବା ପାଇଁ କ୍ଷମତା ଦିଆଯିବ। ଉଭୟ ସରକାରୀ ଓ ବେସରକାରୀ ଆମ୍ବୁଲାନ୍ସକୁ ଏକୀକୃତ କରାଯିବ। ଏକ ମୋବାଇଲ ଆପ୍ଲିକେଶନ ଦ୍ୱାରା ସମସ୍ତ ଜରୁରିକାଳୀନ ସେବା ଏକୀକୃତ ହେବ। ଫଳରେ ଦୁର୍ଘଟଣା ଘଟିବା ପରେ ନିକଟସ୍ଥ ଡାକ୍ତରଖାନାକୁ ତୁରନ୍ତ ସୂଚନା ଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ପଞ୍ଝାରେ ଉଚ୍ଚଶିକ୍ଷିତ ଠକ

ଭୁବନେଶ୍ୱର,୧୭।୪(ସତ୍ୟଜିତ୍‌ ରାଉତ): ବହୁଗୁଣ ଲାଭ ଦେବା ଆଳରେ ୧.୧୧ କୋଟି ଟଙ୍କା ଠକେଇ ମାମଲାରେ କମିଶନରେଟ୍‌ ପୋଲିସର ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଜଣେ ଉଚ୍ଚଶିକ୍ଷିତ ଠକଙ୍କୁ...

ବିିଏସ୍‌କେୱାଇକୁ ନେଇ ରାଜନୀତି କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୧୭ା୪(ଅନିଲ ଦାସ):ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ସ୍ବାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି। ଲୋକେ ସରକାରୀ ଡାକ୍ତରଖାନାରେ...

ବିଜେଡି ଶାସନରେ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ନଷ୍ଟ ହୋଇଛି: ଭାଜପା

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର):ବିଜେଡି ଶାସନରେ ଓଡ଼ିଶାର ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇଛି। ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱରେ ଥିବା ମନ୍ତ୍ରୀ ନବ ଦାସ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରସନ୍ନ...

ବାହାରିଲା ୟୁପିଏସ୍‌ସି ଫଳାଫଳ: ଜାଣନ୍ତୁ କ’ଣ କହୁଛନ୍ତି କୃତୀ ଛାତ୍ରୀଛାତ୍ର

ପ୍ରଥମ ପ୍ରୟାସରେ ଦ୍ୱିତୀୟ ର଼୍ୟାଙ୍କ ମା’ବାପାଙ୍କୁ ହରାଇଥିଲେ ମଧ୍ୟ କଠିନ ପରିଶ୍ରମ ତାଙ୍କୁ ସଫଳତା ଆଣିଦେଇଛି। ନିଷ୍ଠାର ସହ କଠିନ ପରିଶ୍ରମ କଲେ ଯେ ସଫଳତା...

ଏହି ୧୬ ଆସନରେ ପ୍ରାର୍ଥୀ ଘୋଷଣା କରିନି ଭାଜପା

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ଭାଜପା ତା’ର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦ୍ୱିତୀୟ ପର୍ଯ୍ୟାୟରେ ଦଳ ପକ୍ଷରୁ ଆଉ ୨୧ଟି...

ମେଡିକାଲ ଶୌଚାଳୟରେ କର୍କଟ ରୋଗୀଙ୍କ ଆତ୍ମହତ୍ୟା

କଟକ,୧୬ା୪ (କାର୍ତ୍ତିକ ସାହୁ) ଆଚାର୍ଯ୍ୟ ହରିହରି ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା କର୍କଟ ରୋଗର ଯନ୍ତ୍ରଣା ସହି ନ...

ମୁଖ୍ୟମନ୍ତ୍ରୀଙ୍କ ବଦଳରେ ବସ୍‌ ଦୁର୍ଘଟଣାରେ ଆହତଙ୍କୁ ଭେଟିଲେ ପାଣ୍ଡିଆନ, ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର): ଜନସାଧାରଣ ନିଜର ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛନ୍ତି। କିନ୍ତୁ ଓଡ଼ିଶାରେ ନବୀନବାବୁ ସରକାର ଚଳାଉନାହାନ୍ତି ବରଂ ତାଙ୍କ ସହଯୋଗୀ...

ବିଜେଡିରେ ଯୋଗଦେଲେ ଶତାଧିକ ଭାଜପା,କଂଗ୍ରେସ ନେତା

ଭୁବନେଶ୍ୱର,୧୬ା୪(ଅନିଲ ଦାସ)-କଳାହାଣ୍ଡି ଜିଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri