ସଡ଼କ ଦୁର୍ଘଟଣା: ଜାନୁୟାରୀରୁ ଅକ୍ଟୋବରରେ ୭୬ ମୃତ

ଜଗତ୍‌ସିଂହପୁର, ୧୫।୧୧ (ପ୍ରମୋଦ କୁମାର ନାୟକ): ସମନ୍ବିତ ରାସ୍ତା ଦୁର୍ଘଟଣା ଡାଟାବେସ୍‌ (ଆଇଆର୍‌ଏଡି) ଅନୁଯାୟୀ ଜଗତ୍‌ସିଂହପୁର ଜିଲାରେ ଜାନୁୟାରୀରୁ ଅକ୍ଟୋବର ମଧ୍ୟରେ ୨୦୦ଟି ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୭୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୨ ଜଣ ଆହତ ହୋଇଛନ୍ତି । ସର୍ବାଧିକ ଦୁର୍ଘଟଣା ସକାଳ ୬ରୁ ୯, ଅପରାହ୍ନ ୧୨ରୁ ୩ ଏବଂ ରାତି ୯ରୁ ୧୨ଟା ମଧ୍ୟରେ ଘଟୁଛି । ସେଥିମଧ୍ୟରୁ ବାଇକ ଦୁର୍ଘଟଣା ସଂଖ୍ୟା ସର୍ବାଧିକ । ତେଣୁ ଏ ବାବଦରେ ଅଧିକ ସତର୍କତା ଓ ସଚେତନତାର ଆବଶ୍ୟକତା ରହିଛି । ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଜିଲା ସଡ଼କ ସୁରକ୍ଷା କମିଟି ବୈଠକରେ ଏହା କୁହାଯାଇଛି । ଏଥିରେ ଜିଲାପାଳ ପାରୁଲ ପଟାୱାରି ପୌରୋହିତ୍ୟ କରି ଦୁର୍ଘଟଣା ହ୍ରାସ ନିମନ୍ତେ ଉଭୟ ପୋଲିସ ଓ ପରିବହନ ବିଭାଗର ମିଳିତ ଚଢାଉ ଉପରେ ଗୁରୁତ୍ୱ ଦେଇଥିଲେ । ବିଶେଷକରି ୨ ଚକିଆ ଗାଡି ଚାଳକଙ୍କ ହେଲମେଟ୍‌ ଚେକିଂ, ଗାଡିଚାଳନା ସମୟରେ ମୋବାଇଲ ବ୍ୟବହାର ଉପରେ କଟକଣା, ନିଶା ସେବନ କରି ଗାଡି ଚଳାଉଥିଲେ କାର୍ଯ୍ୟାନୁଷ୍ଠାନ ଏବଂ ଭୁତମୁଣ୍ଡେଇ ପୋଲ ଉପରୁ ଅବୈଧ ଗାଡି ପାର୍କିଂ ହଟାଇବାକୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଆଞ୍ଚଳିକ ପରିବହନ ଅଧିକାରୀ ନିର୍ମଳ ମହାନ୍ତି କହିଥିଲେ, ଜାନୁୟାରୀରୁ ଅକ୍ଟୋବର ଭିତରେ ୨୦,୪୧୧ ଜଣଙ୍କ ଇ-ଚାଲାଣ କଟାଯାଇଛି । ୧୪୪୬ ଜଣଙ୍କ ଡିଏଲ୍‌ ସସ୍‌ପେଣ୍ଡ କରାଯାଇଛି। ବୈଠକରେ ହମ୍ପସ ଅପସାରଣ, ବ୍ଲାକ୍‌ସ୍ପଟ ଅଞ୍ଚଳ/ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ପ୍ରତିକାର ବ୍ୟବସ୍ଥା, ଆଲୋକୀକରଣ, ଟ୍ରକ ଟର୍ମିନାଲ ନିର୍ମାଣ, ଜଗତ୍‌ସିଂହପୁର ଓ ପାରାଦୀପ ପୌରାଞ୍ଚଳରେ ଆଇଟିଏମ୍‌ଏସ୍‌ ପ୍ରଚଳନ, ଗୁଡ୍‌ ସମାରିଟାନଙ୍କୁ ପ୍ରୋତ୍ସାହନ, ରକ୍ଷକ କାର୍ଯ୍ୟକ୍ରମ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ଏଥିରେ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତ, ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ପଣ୍ଡା, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ, ସିଡିଏମଓ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ, ବସ୍‌ ଓ ଟ୍ରକ୍‌ ଆସୋସିଏଶନ୍‌ର କର୍ମକତ୍ତାମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri