Posted inରାଜ୍ୟ

ସଡ଼କ ଦୁର୍ଘଟଣା: ୨୦୨୨ରେ ୯.୦୯% ବଢ଼ିଛି ମୃତ୍ୟୁ

ଭୁବନେଶ୍ୱର,୨ା୨(ବ୍ୟୁରୋ):  ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ଚିନ୍ତାଜନକ ରହିଛି। ଏହାକୁ ଦୃଷ୍ଟିରେ ରଖି ଏନ୍‌ଫୋର୍ସମେଣ୍ଟ କଡ଼ାକଡ଼ି କରିବାକୁ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ପ୍ରତି ମଙ୍ଗଳବାରକୁ ଜିରୋ ଟଲରାନ୍ସ ଡେ’ ଭାବେ ପାଳନ କରାଯିବ। ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା ପଦକ୍ଷେପ ନେବାକୁ ବିଭାଗ ଯୋଜନା କରିଛି। ଦ୍ରୁତ ଗାଡ଼ି ଚାଳନା, ମଦ୍ୟପ ଡ୍ରାଇଭର, ଭୁଲ ସାଇଡ୍‌ ଡ୍ରାଇଭିଂ, ମୋବାଇଲ ଫୋନରେ କଥାବାର୍ତ୍ତା ହୋଇ ଗାଡ଼ି ଚଲାଉଥିବା ବ୍ୟକ୍ତି, ହେଲ୍‌ମେଟ ଓ ସିଟ୍‌ବେଲ୍ଟ ପିନ୍ଧି ନ ଥିବା ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ପୋଲିସ ଓ ଆରଟିଓ ଏନ୍‌ଫୋର୍ସମେଣ୍ଟ କଡ଼ାକଡ଼ି କରିବେ। ଏପ୍ରିଲ ୧ରୁ ୭ ଯାଏ ଶୂନ୍ୟ ମୃତ୍ୟୁ ସପ୍ତାହ(ଜିରୋ ଫାଟାଲିଟି ଓ୍ବିକ୍‌) ଭାବେ ପାଳନ କରାଯିବ। ଏଥିପାଇଁ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟ ଖସଡ଼ା ସାରିବାକୁ ତାଲିକା ପ୍ରସ୍ତୁତ ହୋଇଛି। ସିଆଇଡି ଓ କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଦିଆଯାଇଥିବା ରିପୋର୍ଟ ଅନୁସାରେ ୨୦୨୧ ତୁଳନାରେ ୨୦୨୨ରେ ୯.୦୯ ପ୍ରତିଶତରୁ ଅଧିକ ବଢିଛି ମୃତ୍ୟୁ ହାର। ଏପରି କି ୬ଟି ଜିଲାରେ ଏହା ୨୦ ପ୍ରତିଶତ ବୃଦ୍ଧି ପାଇଛି। ଢେଙ୍କାନାଳ, ଭଦ୍ରକ, ପୁରୀ, ସୁବର୍ଣ୍ଣପୁର, ଦେବଗଡ଼ ଓ ନୟାଗଡ଼ରେ ଏହା ୨୦ ପ୍ରତିଶତରୁ ଅଧିକ ବଢ଼ିଛି। ସେହିପରି ସୁନ୍ଦରଗଡ଼, ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, କଟକ, ସମ୍ବଲପୁର, କୋରାପୁଟ ଓ ଯାଜପୁରରେ ୨୦୦ରୁ ଅଧିକ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri