ସଡ଼କ ଦୁର୍ଘଟଣା: ସେପ୍ଟେମ୍ବର- ଅକ୍ଟୋବରରେ ୨୭% ବଢ଼ିଲା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟରେ ଦୁଇମାସରେ ସଡ଼କ ଦୁର୍ଘଟଣା ଆଶାତୀତ ବୃଦ୍ଧି ପାଇଛି। ୨୦୨୦ ସେପ୍ଟେମ୍ବର ଓ ଅକ୍ଟୋବରରେ ୨୭.୫ ପ୍ରତିଶତ ବୃଦ୍ଧି ପାଇଛି। ସଡ଼କ ଦୁର୍ଘଟଣା ବୃଦ୍ଧିକୁ ନେଇ ରାଜ୍ୟ ସରକାର ଉଦ୍‌ବେଗ ପ୍ରକାଶ କରିବା ସହ ଜିଲାପାଳଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି। କେଉଁ କାରଣରୁ ଦୁର୍ଘଟଣା ବଢୁଛି ସେ ନେଇ ଆସନ୍ତା ୧୪ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଗୁରୁବାର ଏ ନେଇ ବାଣିଜ୍ୟ ଓ ପରିବହନ ବିଭାଗ ସଚିବ ମଧୁସୂଦନ ପାଢ଼ୀ ସମସ୍ତ ଜିଲାପାଳ, ଏସ୍‌ପି, ପରିବହନ ଅଧିକାରୀ ଏବଂ ଟ୍ରାଫି୍‌କ ପୋଲିସକୁ ଚିଠି ଲେଖିଛନ୍ତି।
ଚଳିତ ବର୍ଷ କୋଭିଡ୍‌-୧୯ ଲକ୍‌ଡାଉନ ଓ ଶଟ୍‌ଡାଉନ ଯୋଗୁ ଏପ୍ରିଲରୁ ଅଗଷ୍ଟ ମଧ୍ୟରେ ଦୁର୍ଘଟଣା ହାରରେ ସାମାନ୍ୟ କମି ଥିଲା। ୨୦୧୯ ତୁଳନାରେ ୨୦୨୦ରେ ୨୦ ପ୍ରତିଶତ ହ୍ରାସ ପାଇଥିଲା। ମାତ୍ର ସେପ୍ଟେମ୍ବର ଓ ଅକ୍ଟୋବରରେ ହୋଇଥିବା ଦୁର୍ଘଟଣା ଗତବର୍ଷକୁ ଟପି ଯାଇଛି। ୨୦୧୯ ସେପ୍ଟେମ୍ବର ଓ ଅକ୍ଟୋବରରେ ଦୁର୍ଘଟଣାରେ ୬୮୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୨୦ରେ ଏହି ସମୟରେ ୮୭୨ ଜଣଙ୍କ ମୃତ୍ୟୁ ହୋଇଛି।
ମାଲକାନଗିରି ଜିଲାରେ ମୃତ୍ୟୁ ହାର ୧୬୬ ପ୍ରତିଶତ ବୃଦ୍ଧି ପାଇଥିବା ବେଳେ କୋରାପୁଟରେ ୧୬୪, କନ୍ଧମାଳରେ ୧୪୨.୮୬ ଏବଂ ନୂଆପଡା ଜିଲାରେ ୧୦୦ ପ୍ରତିଶତ ବୃଦ୍ଧି ପାଇଛି। ୨୦୨୦ ନଭେମ୍ବର ୯ରେ ଭିଡିଓକନ୍‌ଫରେନ୍ସରେ ଅନୁଷ୍ଠିତ ସଡ଼କ ସୁରକ୍ଷା ବୈଠକରେ ଦୁର୍ଘଟଣାକୁ ନେଇ ସୁପ୍ରିମକୋର୍ଟ ଉଦ୍‌ବେଗ ପ୍ରକାଶ କରିବା ସହ ଦୁର୍ଘଟଣା ହାର ହ୍ରସ କରିବାକୁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ତାଗିଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?