ପାଣି ପାଇଁ ରାସ୍ତା ଅବରୋଧ

କେନ୍ଦୁଝର,୨୭।୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଖରା ଦିନ ଆରମ୍ଭ ନ ହଉଣୁ କେନ୍ଦୁଝର ଜିଲାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି । ସରକାର ଘରେ ଘରେ ପାଇପ୍‌ ଦ୍ୱାରା ପାନୀୟ ଜଳ ଯୋଗାଇ ଦେବା ପାଇଁ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା କରିଛନ୍ତି। ଏହା ସତ୍ତ୍ୱେ ଲୋକେ ଲୋକେ ପାଣି ପାଉ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି।

କେନ୍ଦୁଝର ସହର ନିକଟ ଗୋବିନ୍ଦପୁର ଓ ବାଂପାର ଗ୍ରାମର ଶତାଧିକ ମହିଳା ଏବଂ ପୁରୁଷ ପାନୀୟ ଜଳ ଯୋଗାଣ ଦାବିରେ ସୋମବାର କେନ୍ଦୁଝର-ପାଟଣା ରାସ୍ତାରେ ବାଲଟି, ଗରା, ଡେକଚି ରଖି ରାସ୍ତା ଅବରୋଧ କରିଛନ୍ତି।

ଜଳ ଯୋଗାଣ ପାଇଁ ପାଇପ୍‌, ଟ୍ୟାପ ଲାଗିଥିଲେ ହେଁ ପାଣି ଯୋଗାଣ ହେଉ ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ଅଭିଯୋଗ କଲେ ମଧ୍ୟ ପଞ୍ଚାୟତ ପକ୍ଷରୁ ସମାଧାନ କରାଯାଉ ନ ଥିବାରୁ ଆନ୍ଦୋଳନକୁ ଓହ୍ଲାଇଥିବା ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷେ ରାସ୍ତା ଅବରୋଧ ଯୋଗୁ ପରୀକ୍ଷାର୍ଥୀମାନେ ମଧ୍ୟ ଯିବା ଆସିବାରେ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri