ଗରା, ମାଠିଆ ରଖି ରାସ୍ତା ଅବରୋଧ: ହଟହଟା ହେଲେ ଯାତ୍ରୀ

ଆର୍‌ ଉଉଦୟଗିରି,୧୩।୧୧(ମନୋଜ କୁମାର ପାଢୀ) ଗଜପତି ଜିଲା ଆର୍‌ ଉଦୟଗିରି ଗ୍ରାମରେ ୧୦ ଦିନ ହେଲା ପାନୀୟ ଜଳ ସମସ୍ୟା ଲାଗି ରହିଛି । ଏହି ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକାର କରାଯାଇ ନ ଥିଲା। ଏହାର ପ୍ରତିବାଦରେ ଗ୍ରାମର ସରଳାସାହି ଏବଂ ଖ୍ରୀଷ୍ଟିଆନ ସାହିର ମହିଳାମାନେ ସୋମବାର ଗ୍ରାମର ମୁଖ୍ୟରାସ୍ତାରେ ଗରା, ମାଠିଆ ରଖି ମୋହନା- ପାରଳାଖେମଣ୍ଡ ମୁଖ୍ୟ ରାସ୍ତା ଅବରୋଧ କରି ରଖିଥିଲେ।

ଫଳରେ ରାସ୍ତାରେ ୨ଘଣ୍ଟା ଯାନବାହନ ଚଳାଚଳ ବନ୍ଧ ରହିଥିଲା। ଏହାଦ୍ବାରା ଯାତ୍ରୀମାନେ ହଇରାଣ ହରକତ ହୋଇଥିଲେ। ପ୍ରକାଶ ଯେ, ଆର୍‌ ଉଦୟଗିରି ଗ୍ରାମର ସରଳାସାହି ଓ ଖ୍ରୀଷ୍ଟାଆନ ସାହିକୁ ୧୦ ଦିନ ହେବ ପାଣି ନ ଆସିବା ପରେ ସୋମବାର ଦୁଇ ସାହିର ମହିଳା ଏକତ୍ରିତ ହୋଇ ଥାନା ଓ ତହସିଲଦାର ଅଫିସ ନିକଟର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ।

ଖବର ପାଇ ତହସିଲଦାର ଯ୍ୟୋତିମୟୀ ଦାସ, ଥାନା ଅଧିକାରୀ ପ୍ରଶାନ୍ତ ମିଲିକ ଓ ଜିପିଇଓ ଶଶାଙ୍କ ସେଖର ସୁବୁଦ୍ଧି ଘଟଣାସ୍ଥଳରେ ପହଞ୍ଚି ମହିଳାମାନଙ୍କୁ ବୁଝାଶୁଜା କରିବା ସହ ବ୍ଳକ କାର୍ଯ୍ୟାଳୟରେ ଅଧିକାରୀ ଏବଂ ବିଭାଗୀୟ ଯନ୍ତୀଙ୍କ ସହ ବୈଠକ କରି ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପରେ ମହିଳାମାନେ ରାସ୍ତାରୁ ଗରା ଓ ମାଠିଆ ବାହାର କରି ରାସ୍ତା ଅବରୋଧରୁ ହଟିଥିଲେ। ଆନ୍ଦୋଳନ ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା। ଫଳରେ ଯାତ୍ରୀମାନେ ହଟହଟା ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?