ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…

ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର କରାଯାଇଥିଲା। ମୃତଦେହକୁ ୫୭ନଂ ରାଜ୍ୟ ରାଜପଥ ଶାନ୍ତିପଡ଼ା ଛକ ରାସ୍ତା ରଖି ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ମୃତଦେହ ବ୍ୟବଚ୍ଛେଦ ସରିବl ପରେ ପରିବାର ଲୋକ ଓ ପଡ଼ା ବାସିନ୍ଦା ଶାନ୍ତିପଡ଼ା ଛକରେ ରାସ୍ତାରୋକୋ କରିଛନ୍ତି। ଟାୟାର ଜାଳି ରାସ୍ତାରୋକୋ କରାଯାଇଛି। ନ୍ୟାୟ ମିଳିବା ଓ କ୍ଷତିପୂରଣ ଦାବି ନେଇ ସହ ସହ ଲୋକ ରାସ୍ତା ଉପରକୁ ଚାଲି ଆସିଛନ୍ତି। ବଲାଙ୍ଗୀର-ପାଟଣାଗଡ଼ ରାସ୍ତାରେ ଗାଡ଼ି ଚଳାଚଳ ଠପ୍‌ ହୋଇଯାଇଛି। ହତ୍ୟାକାରୀଙ୍କୁ ଶୀଘ୍ର ଗିରଫ କରିବା ସହିତ ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବାକୁ ଦାବି କରୁଛନ୍ତି ଆନ୍ଦୋଳନକାରୀ।

ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ମୃତଦେହଟି ବଲାଙ୍ଗୀର ସହର ଶାନ୍ତିପଡା ନିବାସୀ ପ୍ରବୀଣ ମହାଲିଙ୍ଗ ଓରଫ ମୁଟୁଙ୍କ ବୋଲି ଜଣାପଡିଛି । ଗତ ୫ ତାରିଖରୁ ସେ ନିଖୋଜ ଥିବା ତାଙ୍କ ପରିବାର ଲୋକେ ସଦର ଥାନାରେ ଅଭିଯୋଗ କରିଥିଲେ।

ପଥରଚେପା ଗାଁ ନିକଟରୁ ତାଙ୍କ ବାଇକ୍ ମିଳିଥିଲେ ସୁଦ୍ଧା ତାଙ୍କର ପତ୍ତା ମିଳି ନ ଥିଲା। ତେବେ ଆଜି ତାଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ପୋଖରୀରେ ମୃତଦେହ ଭାସୁଥିବା ଖବର ପ୍ରସାରିତ ହେବା ପରେ ଲୋକେ ଦେଖିବା ପାଇଁ ନାହିଁ ନ ଥିବା ଭିଡ ଜମିଥିଲା । ତେବେ ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲା । ଅଗ୍ନିଶମ ବିଭାଗ ପହଞ୍ଚି ପୋଖରୀ ଭିତରେ ଭାସୁଥିବା ମୃତଦେହକୁ ଉଦ୍ଧାର କରିଥିଲେ । ତେବେ ମୃତଦେହ ମିଳିବା ପରେ କିଏ ହତ୍ୟା କଲା ସେନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri