କ୍ଷତିପୂରଣ ଦାବିରେ ରାସ୍ତାରୋକୋ: ପ୍ରଶାସନ-ପୋଲିସର ପ୍ରତିଶ୍ରୁତି ପରେ ହଟିଲା…

ବଲାଙ୍ଗୀର, ୯।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ବଲାଙ୍ଗୀର ସହର ଶାନ୍ତିପଡା ନିବାସୀ ପ୍ରବୀଣ ମହାଲିଙ୍ଗ ଓରଫ ମୁଟୁଙ୍କ ବୋଲି ଜଣାପଡିଛି। ଗତ ୫ ତାରିଖରୁ ସେ ନିଖୋଜ ଥିବା ତାଙ୍କ ପରିବାର ଲୋକେ ସଦର ଥାନାରେ ଅଭିଯୋଗ କରିଥିଲେ। ପଥରଚେପା ଗାଁ ନିକଟରୁ ତାଙ୍କ ବାଇକ ମିଳିଥିଲେ ସୁଦ୍ଧା ତାଙ୍କର ପତ୍ତା ମିଳିନଥିଲା। ତାଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ହତ୍ୟାରେ ସଂପୃକ୍ତ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ଏବଂ ପୀଡ଼ିତ ପରିବାରକୁ ଉଚିତ କ୍ଷତିପୂରଣ ଦେବା ଦାବିରେ ବଲାଙ୍ଗୀର ଶାନ୍ତିପଡା ଠାରେ ରାସ୍ତାରୋକ କରାଯାଇଥିଲା। ଲକ୍ଷ୍ମୀ ଯୋର ଥାନା ପୋଲିସ ଓ ଟାଉନ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ସୁଦ୍ଧା ଆନ୍ଦୋଳକାରୀମାନେ ରାସ୍ତାରୁ ହଟି ନ ଥିଲେ । ଦୀର୍ଘ ୩ ଘଣ୍ଟା ପରେ ପ୍ରଶାସନ ପକ୍ଷରୁ ପରିବାରବର୍ଗ ଓ ପଡେଶୀଙ୍କୁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୁ ହଟିଥିଲେ ଆନ୍ଦୋଳନକାରୀ । ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ଆଣିବା ପରେ ପୋଲିସ ପକ୍ଷରୁ ଏକ ହତ୍ୟା ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ କରଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଳିଆଗଦା ଭୁଶୁଡ଼ି ଚାଲିଗଲା ୪ ଜୀବନ: ୩୪ ଫସିଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି…

ମାନିଲା,୧୦ା୧: କେନ୍ଦ୍ରୀୟ ଫିଲିପାଇନ୍ସରେ ଏକ ଅଳିଆଗଦା ଭୁଶୁଡ଼ି ଅନୂ୍ୟନ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅଳିଆ ତଳେ ୩୪ ଜଣ ଫସିରହିଥିବା ଆଶଙ୍କା କରାଯାଉଛି।...

ସୁନାଦେଈ କପ୍‌ କ୍ରିକେଟ: ଉଦ୍ୟାନବନ୍ଧ ଚାମ୍ପିୟନ

ନୂଆପଡ଼ା,୭ା୧(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡ଼ା କଣାଭଏଁରା ଖେଳ ପଡ଼ିଆରେ ୮ତମ ଜୟ ମା’ ସୁନାଦେଈ କପ୍‌ କ୍ରିକେଟ ଶନିବାର ଉଦ୍‌ଯାପିତ...

EPFO Profile ଅପ୍‌ଡେଟ୍‌: ନାମ-ଜନ୍ମତାରିଖରୁ ନେଇ ବୈବାହିକ ସ୍ଥିତି ଯାଏ ପରିବର୍ତ୍ତନ କରିବାର ସହଜ ଉପାୟ

ନୂଆଦିଲ୍ଲୀ,୧୦।୧: ସାରା ଦେଶରେ କୋଟି କୋଟି ପ୍ରାଇଭେଟ ସେକ୍ଟର କର୍ମଚାରୀ ଏମ୍ପ୍ଲଏ ପ୍ରୋଭିଡେଣ୍ଟ ଫଣ୍ଡ (EPF) ସହ ଜଡ଼ିତ ଅଛନ୍ତି। ସମ୍ପ୍ରତି ଇପିଏଫଓ (EPFO) ସବସ୍କ୍ରାଇବରମାନଙ୍କୁ...

ଅଯୋଧ୍ୟା ରାମ ମନ୍ଦିରରେ ପଶି ନମାଜ ପାଠ ପାଇଁ କରୁଥିଲେ ଉଦ୍ୟମ: ଆଉ ତା’ ପରେ…

ଅଯୋଧ୍ୟା,୧୦ା୧: ଅଯୋଧ୍ୟା ରାମମନ୍ଦିର ପରିସରରେ ପ୍ରବେଶ କରି ନମାଜ ପାଠ ଉଦ୍ୟମ କରୁଥିବା କଶ୍ମୀରର ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ଜଣକ କଶ୍ମୀର...

ଦିଗପହଣ୍ଡିରେ ଆନ୍ତଃଜିଲା ଖୋ-ଖୋ ଟୁର୍ନାମେଣ୍ଟ ଉଦ୍‌ଘାଟିତ, ରବିବାର ଦିନ…

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ଶନିବାର ଆନ୍ତଃ ଜିଲା ଖୋ – ଖୋ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ମହାକାଳ...

ବନ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ- ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିରେ ଗଜପତି ଜିଲା ପାରଳାଖେମୁଣ୍ଡି ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଚନ୍ଦ୍ରଗିରି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ତୃତୀୟ ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ; ହସାଇହସାଇ ବେଦମ କଲେ…

ଦାରିଙ୍ଗବାଡି, ୧୦ା୧ (ଅରୁଣ ସାହୁ )-ଏକାଦଶ ତମ ଦାରିଙ୍ଗବାଡି ଶୀତ ମହୋତ୍ସବର ତୃତୀୟ ଦିବସର ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା।...

୧୨ ବର୍ଷ ବ୍ୟବଧାନ ପରେ ଭାରତକୁ ଫେରିଛି ଫିଫା ବିଶ୍ୱକପ୍‌ ଟ୍ରଫି

ନୂଆଦିଲ୍ଲୀ,୧୦।୧: ଜୁନ ୧୧ ତାରିଖରୁ ଫିଫା ବିଶ୍ୱକପ୍‌ ଆରମ୍ଭ ହେବାକୁ ଥିବା ବେଳେ ବିଶ୍ୱ ଟୁରର ଅଂଶବିଶେଷ ଭାବେ ଟ୍ରଫି ଶନିବାର ଭାରତରେ ପହଞ୍ଚିଛି। ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri