ପାଣି ପାଇଁ ୩ ଘଣ୍ଟା ରାସ୍ତା ଅବରୋଧ

ପୁରୁଷୋତ୍ତମପୁର,୧୮ା୩(ସୀମାଞ୍ଚଳ ମିଶ୍ର): ସରକାର ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଉଥିବା ବେଳେ ପ୍ରଶାସନ ଓ ସରପଞ୍ଚଙ୍କ ବୈମାତୃକ ମନୋଭାବ ଯୋଗୁ ଭୂତସରସିଙ୍ଗି ପଞ୍ଚାୟତର ଦାସିଆମାରି ପଲ୍ଲିରେ ଲୋକଙ୍କୁ ପାଣି ଟୋପାଏ ମିଳିପାରୁ ନ ଥିବାର ଅଭିଯୋଗ କରି ସୋମବାର ମହିଳାମାନେ ହାଣ୍ଡି ମାଠିଆ ଧରି ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ କବିସୂର୍ଯ୍ୟନଗର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାକୁ ଅବରୋଧ କରି ଧାରଣାରେ ବସି ଆନ୍ଦୋଳନ କରିଥିଲେ। ଏହି ସମୟରେ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ବଦଳରେ ସରପଞ୍ଚଙ୍କ ନାଲିଆଖି ଓ ଧମକକୁ ନେଇ ମହିଳାମାନେ ଉତ୍ତ୍ୟକ୍ତ ହୋଇଉଠିଥିଲେ। ଫଳରେ ଏକ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା ଯାହାଦ୍ବାରା ଏହି ଆନ୍ଦୋଳନ ଯୋଗୁ ଦୀର୍ଘ ୩ ଘଣ୍ଟା କାଳ ଗାଡ଼ିମୋଟର ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇପଡ଼ିଛି ପରୀକ୍ଷା କେନ୍ଦ୍ରକୁ ଯିବାରେ ବିଭିନ୍ନ ସ୍କୁଲ କଲେଜ ଛାତ୍ରୀଛାତ୍ର ଓ ବିଭିନ୍ନ କାର୍ଯ୍ୟରେ ଯାଉଥିବା ଲୋକେ ଘୋର ଅସୁବିଧାର ସମ୍ମୁଖୀନ ହୋଇଥିଲୋ। ଆନ୍ଦୋଳନକାରୀମାନେ ଅଭିଯୋଗ କରିଛନ୍ତି, ଦୁଇମାସ ହେଲା ପାନୀୟ ଜଳ ମିଳୁ ନ ଥିବାରୁ ପୋଖରୀ ପାଣି ବ୍ୟବହାର କରୁଛନ୍ତି। ଅଭିଯୋଗ କଲେ କେହି ଗୁରୁତ୍ୱ ଦେଉନାହାନ୍ତି। ସରପଞ୍ଚ ରାଜନୈତିକ ଅଭିସନ୍ଧି ରଖି ଗ୍ରାମବାସୀଙ୍କୁ ଅସହଯୋଗ କରୁଛନ୍ତି ବୋଲି କହିଛନ୍ତି। ଏହାର ଖବରପାଇ ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳକୁ ଯାଇ ମହିଳା ବୁଝାଶୁଝା କରିବା ସହ ଗ୍ରାମ୍ୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ଓ ବିଡିଓଙ୍କୁ ଘଟଣାସ୍ଥଳକୁ ଡକାଇ ଆଲୋଚନା କରି ତୁରନ୍ତ ସମସ୍ୟା ସମାଧାନ କରିବାର ପ୍ରତିଶ୍ରୁତି ଦେବା ସହ ଟ୍ୟାଙ୍କର ମାଧ୍ୟମରେ ପାଣି ଯୋଗାଇବା ପରେ ଆନ୍ଦୋଳନ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri