ରାସ୍ତା ମରାମତି ପାଇଁ ରାସ୍ତା ଅବରୋଧ: ଉତ୍ୟକ୍ତ ଲୋକଙ୍କ ପୋଖରୀବନ୍ଧ ଛକରେ ଆନ୍ଦୋଳନ

ଲାଞ୍ଜିଗଡ଼, ୨୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପୋଖରୀବନ୍ଧ ପଞ୍ଚାୟତ ୧୭ ଖଣ୍ଡଗାଁର ଲୋକେ ରାସ୍ତା ପାଇଁ ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ସୋମବାର ସକାଠାରୁ ଭବାନୀପାଟଣା-ରାୟଗଡା ୬ ନମ୍ବର ରାଜ୍ୟ ରାଜପଥ ପୋଖରୀବନ୍ଧ ଛକରେ ଗ୍ରାମବାସୀ ରାସ୍ତାରୋକ କରିଛନ୍ତି। ଭବାନୀପାଟଣା-ରାୟଗଡା ୬ ନମ୍ବର ରାଜ୍ୟ ରାଜପଥ ପୋଖରୀବନ୍ଧ ଛକରେ ରାସ୍ତା ଅବରୋଧ ଯୋଗୁ ସୋମବାର ଅଖ ଚକ ଜାମ ହୋଇଯାଇଛି। ମୁକୁନ୍ଦପୁର ଭାୟା କନେର ମୁକୁନ୍ଦପୁର ରାସ୍ତା ନିର୍ମାଣ ଦାବିରେ ଲୋକେ ରାସ୍ତାରୋକ କରିଥିବାବେଳେ ଦୀର୍ଘ ୮ ଘଣ୍ଟା ଯାଏ ରାସ୍ତା ଅବରୋଧ ହୋଇ ରହିଥିଲା। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହିଥିଲା। ଲୋକେ ନାହିଁ ନ ଥିବା ଅସୁବିଧାର ଶିକାର ହୋଇଥିଲେ। ଖବରପାଇ ଘଟଣାସ୍ଥଳରେ ଲାଞ୍ଜିଗଡ଼ ତହସିଲଦାର ବନମାଳୀ ମେହେର, ଅତିରିକ୍ତ ତହସିଲଦାର ସନ୍ଦୀପ ତୀର୍କି, ବିଶ୍ୱନାଥପୁର ପୋଲିସ ପକ୍ଷରୁ ଥାନାଧିକାରୀ ତୁଳସୀରାମ ଶବର, ଏସଆଇ ବୁଦ୍ଧିଶ୍ୟାମ ମାଝିଙ୍କ ନେତୃତ୍ୱରେ ପୋଲିସ କର୍ମଚାରୀ ପହଞ୍ଚି ଲୋକଙ୍କୁ ବୁଝାଶୁଝା ପାଇଁ ଉଦ୍ୟମ କରିଥିଲେ। ତେବେ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଲିଖିତ ପ୍ରତିଶ୍ରୁତି ନ ଦେବାଯାଏ ଲୋକେ ଉଠିବୁ ନାହିଁ ବୋଲି ଜିଦରେ ଅଡ଼ି ବସିଥିଲେ।
ଶେଷରେ ଘଟଣାସ୍ଥଳରେ ବିଭାଗୀୟ ଉପଖଣ୍ଡ ଅଧିକାରୀ ପି. ଏକ୍କା, ସହକାରୀ ଯନ୍ତ୍ରୀ ଭଗବାନ ଗଉଡ଼ ପ୍ରମୁଖ ପହଞ୍ଚିବା ପରେ ଲୋକଙ୍କ ଆକ୍ରୋଶ ଦେଖି ରାସ୍ତା ବୁଲି ଦେଖିବାକୁ ଯାଇଥିଲେ। ସେହିପରି ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର ମଧ୍ୟ ରାସ୍ତା ପରିଦର୍ଶନ କରିବାପରେ  ଲୋକଙ୍କୁ ବୁଝାଶୁଝା କରିବାକୁ ପହଞ୍ଚିଥିଲେ।
ସେହିପରି କେସିଙ୍ଗା ଭାରପ୍ରାପ୍ତ ଏସଡିପିଓ ଲୋକନାଥ ସାହୁ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ, ଲାଞ୍ଜିଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ ୧୫ ଦିନ ମଧ୍ୟରେ ରାସ୍ତା ମରାମତି ଓ ଆସନ୍ତା ମାର୍ଚ୍ଚ ସୁଦ୍ଧା ରାସ୍ତା ଓ ପୋଲ ନିର୍ମାଣ ପାଇଁ ଲିଖିତ ପ୍ରତିଶ୍ରୁତି ଦିଆଯିବା ପରେ ଅପରାହ୍ନ ୨ଟା ସମୟରେ ଦୀର୍ଘ ୮ ଘଣ୍ଟା ପରେ ରାସ୍ତା ଅବରୋଧ ହଟିଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏକ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ ଶିବକୁମାର…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?