ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ ପାଣିଟୋପାଏ ପିଇବା ପାଇଁ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଗୁହାରୀ ଜଣାଇବା ପରେ ମଧ୍ୟ ପ୍ରଶାସନ କର୍ଣ୍ଣପାତ ନକରିବାରୁ ଗ୍ରାମର ମହିଳାମାନେ ଉତ୍ତକ୍ଷିପ୍ତ ହୋଇ ଶେଷରେ ଶନିବାର ରାଜରାସ୍ତାକୁ ଓହ୍ଲାଇଛନ୍ତି ।

ଗତ ଏକ ମାସ ହେଲା ପ୍ରଚଣ୍ଡ ଖରା ହେଉଥିବା ବେଳେ ଗ୍ରାମରେ ରହିଥିବା ପୁରୁଣା ବୋରୱେଲର ଜଳସ୍ତର କମିଯିବା ହେତୁ ଗ୍ରାମବାସୀଙ୍କୁ ପିଇବାକୁ ପାଣି ମିଳୁନାହିଁ । ଲୋକେ ବିଲମାଳ କୂଅକୁ ଯାଇ ପାଣି ଆଣୁଥିବା ବେଳେ ବର୍ତ୍ତମାନ କୂଅର ପାଣି ମଧ୍ଯ ଶୁଖିଯାଇଛି । ଯାହାଦ୍ବାରା ରୋଷେଇ କରିବା ଓ ପିଇବା ପାଇଁ ମଧ୍ୟ ପାଣି ମିଳୁନାହିଁ । ଏନେଇ ଗ୍ରାମ୍ଯ ଜଳଯୋଗାଣ ଯନ୍ତ୍ରୀଙ୍କ ପ୍ରଶାସନଠାରେ ବାରମ୍ବାର ଅଭିଯୋଗ ଜଣାଯାଇଥିଲେ ମଧ୍ଯ କେହି ଖାତିର କରୁନାହାନ୍ତି । ଫଳରେ ନିରୁପାୟ ହୋଇ ଗ୍ରାମର ମହିଳା ପୁରୁଷମାନେ ଖାଲି ହାଣ୍ଡି ମାଠିଆଧରି ରାଜରାସ୍ତାକୁ ଆସି ଟାୟାର ଜାଳି ଆସିକା ହୁମା ମୁଖ୍ୟ ରାସ୍ତାକୁ ଅବରୋଧ କରି ଧାରଣାରେ ବସିଥିଲେ। ଯାହାଦ୍ବାରା ସକାଳ ୭ଟାରୁ ସାଢେ୧୦ଟା ପର୍ଯ୍ଯନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡିମୋଟର ଅଟକିରହିଥିଲା ।

ଏହାର ଖବରପାଇ ବଡଖରିଡା ସରପଞ୍ଚଙ୍କ ପ୍ରତିନିଧି ରମେଶଚନ୍ଦ୍ର ଦଳେଇ, ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା, ଏସଡିପିଓ ସୁଜିତକୁମାର ନାୟକ, ଥାନା ଆଇଆଇଆଇସି କୁଳମଣି ସେଠୀ ଓ କବିସୂର୍ଯ୍ଯନଗର ଥାନା ଆଇଆଇସି ଆପିଏସ ନିତେଶ କୁମାର ମିଶ୍ର ଫୋଲିସଫୋର୍ସ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲେ ।

ଏହି ଘଟଣାର ଖବରପାଇ କବସୂର୍ଯ୍ଯନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ ଫୋନ ଜରିଆରେ ଲୋକଙ୍କ ସହ ଆଲୋଚନା କରି ତୁରନ୍ତ ଟ୍ୟାଙ୍କର ମାଧ୍ୟମରେ ସମସ୍ତ ସାହି ସାହିକୁ ପାଣି ଯୋଗାଇବାର ବ୍ଯବସ୍ଥା କରିବା ସହ ତତକ୍ଷଣାତ ଗ୍ରାମରେ ବୋରୱେଲ ଖୋଳିବା ଲାଗି ଗ୍ରାମ୍ଯଜଳଯୋଗାଣ ବିଭାଗିୟ ସହକାରୀଯନ୍ତ୍ରୀ ପ୍ରଦୀପକୁମାର ତ୍ରୀପାଠିଙ୍କୁ କଡା ନିର୍ଦ୍ଦେଶ ଦେଇଥିଲେ । ଏହାକୁ ନେଇ ଟ୍ୟାଙ୍କର ଯୋଗେ ପାଣି ଯୋଗାଇବା ସହ ସଂଧ୍ଯା ସୁଧା ନୂତନ ଭାବରେ ତିନିଗୋଟି ବୋରୱେଲ ଖୋଳାଯିବାର ବ୍ଯବସ୍ଥା କରିବା ନେଇ ସହକାରୀ ଯନ୍ତ୍ରୀ ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକ ହଟିଥିଲା । ବିଧାୟକଙ୍କ ଏଭଳି ପଦକ୍ଷେପକୁ ଗ୍ରାମବାସୀ ପ୍ରସଂଶାକରି ସାଧୁବାଦ ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri