ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

କେନ୍ଦୁଝର, ୧୧।୫(ସ୍ବ.ପ୍ର.) – ସାମାନ୍ୟ ସିଗାରେଟକୁ ନେଇ ଗୁଳିକାଣ୍ଡର ଶିକାର ହୋଇଥିବା ଦୋକାନୀ ଜଗବନ୍ଧୁ ମହାପାତ୍ରଙ୍କ ସୋମବାର ରାତିରେ କଟକ ବଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଲାଗି ସ୍ଥାନୀୟ ଲୋକେ ଉତ୍ତେଜନା ସୃଷ୍ଟି କରିବା ସହ ମଙ୍ଗଳବାର ଖଡ଼ିବାହାଳୀ ଛକରେ ମୃତଦେହ ରଖି କେନ୍ଦୁଝର-ବ୍ରାହ୍ମଣୀପାଳ ରାସ୍ତା ଅବରୋଧ କରିଥିଲେ। ଫଳରେ ଉଭୟ ପାର୍ଶ୍ୱରେ ଶତାଧିକ ଗାଡି ଅଟକି ରହିଥିଲା। ଫଳରେ ଲୋକେ ଯାତାୟାତ କରି ନ ପାରି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।
ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଧୀନ ଖଡ଼ିବାହାଳୀ ଛକରେ ଥିବା ଦେବାଶିଷ ଭେରାଇଟ ଷ୍ଟୋରରେ ଗତ ଏପ୍ରିଲ ୨୬ ତାରିଖ ବିଳମ୍ବିତ ରାତିରେ ୨ ଜଣ ଦୁର୍ବୃତ୍ତ ପହଞ୍ଚି ସିଗାରେଟ ମାଗିଥିଲେ। ସିଗାରେଟ ଦେବାରେ ବିଳମ୍ବ ହେବାରୁ ଉଭୟଙ୍କ ମଧ୍ୟରେ ସାମାନ୍ୟ ବଚସା ପରେ ଦୁର୍ବୃତ୍ତଦ୍ୱୟ ଉତ୍ତ୍ୟକ୍ତ ହୋଇ ଦୋକାନୀ ଜଗବନ୍ଧୁ ମହାପାତ୍ରଙ୍କୁ ଗୁଳିମାଡ଼ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ହରିଚନ୍ଦନପୁର ପୋଲିସ ତଦନ୍ତ ଆରମ୍ଭ କରି ୨୮ତାରିଖରେ ସୁନାପେଣ୍ଠ ପଞ୍ଚାୟତ କମଳାଙ୍ଗି ଗ୍ରାମର ପୃଥ୍ବୀରାଜ ମହାନ୍ତଙ୍କୁ ଗିରଫ କରି ତାଙ୍କଠାରୁ ଏକ ବନ୍ଧୁକ ଜବତ କରିଥିଲା। ତେବେ ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ଥିବାରୁ ପୋଲିସ ତାଙ୍କୁ ଧରିବାରେ ସକ୍ଷମ ହୋଇପାରିନାହିଁ। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକ ଖଡ଼ିବାହାଳୀ ଛକରେ ରାସ୍ତା ଅବରୋଧ କରିଥିଲେ। ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଘଟଗାଁ ଏସ୍‌ଡିପିଓ ଅସିତ ରଞ୍ଜନ ମହାନ୍ତି, ହରିଚନ୍ଦନପୁର ଥାନା ଅଧିକାରୀ ସସ୍ମିତା ଦେବତା, ଦୈତାରି ଥାନା ଅଧିକାରୀ ତୁଳସୀ ମଞ୍ଜରୀ ଭୁୟାଁ, ଅତିରିକ୍ତ ତହସିଲଦାର ବିରାମ କିସ୍କୋଙ୍କ ସମେତ ପୋଲିସ କର୍ମୀ ଉପସ୍ଥିତ ରହି ଦୁଇଦିନ ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପ୍ରତିଶ୍ରୁତି ଦେବାରୁ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri