ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

କେନ୍ଦୁଝର, ୧୧।୫(ସ୍ବ.ପ୍ର.) – ସାମାନ୍ୟ ସିଗାରେଟକୁ ନେଇ ଗୁଳିକାଣ୍ଡର ଶିକାର ହୋଇଥିବା ଦୋକାନୀ ଜଗବନ୍ଧୁ ମହାପାତ୍ରଙ୍କ ସୋମବାର ରାତିରେ କଟକ ବଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଲାଗି ସ୍ଥାନୀୟ ଲୋକେ ଉତ୍ତେଜନା ସୃଷ୍ଟି କରିବା ସହ ମଙ୍ଗଳବାର ଖଡ଼ିବାହାଳୀ ଛକରେ ମୃତଦେହ ରଖି କେନ୍ଦୁଝର-ବ୍ରାହ୍ମଣୀପାଳ ରାସ୍ତା ଅବରୋଧ କରିଥିଲେ। ଫଳରେ ଉଭୟ ପାର୍ଶ୍ୱରେ ଶତାଧିକ ଗାଡି ଅଟକି ରହିଥିଲା। ଫଳରେ ଲୋକେ ଯାତାୟାତ କରି ନ ପାରି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।
ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଧୀନ ଖଡ଼ିବାହାଳୀ ଛକରେ ଥିବା ଦେବାଶିଷ ଭେରାଇଟ ଷ୍ଟୋରରେ ଗତ ଏପ୍ରିଲ ୨୬ ତାରିଖ ବିଳମ୍ବିତ ରାତିରେ ୨ ଜଣ ଦୁର୍ବୃତ୍ତ ପହଞ୍ଚି ସିଗାରେଟ ମାଗିଥିଲେ। ସିଗାରେଟ ଦେବାରେ ବିଳମ୍ବ ହେବାରୁ ଉଭୟଙ୍କ ମଧ୍ୟରେ ସାମାନ୍ୟ ବଚସା ପରେ ଦୁର୍ବୃତ୍ତଦ୍ୱୟ ଉତ୍ତ୍ୟକ୍ତ ହୋଇ ଦୋକାନୀ ଜଗବନ୍ଧୁ ମହାପାତ୍ରଙ୍କୁ ଗୁଳିମାଡ଼ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ହରିଚନ୍ଦନପୁର ପୋଲିସ ତଦନ୍ତ ଆରମ୍ଭ କରି ୨୮ତାରିଖରେ ସୁନାପେଣ୍ଠ ପଞ୍ଚାୟତ କମଳାଙ୍ଗି ଗ୍ରାମର ପୃଥ୍ବୀରାଜ ମହାନ୍ତଙ୍କୁ ଗିରଫ କରି ତାଙ୍କଠାରୁ ଏକ ବନ୍ଧୁକ ଜବତ କରିଥିଲା। ତେବେ ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ଥିବାରୁ ପୋଲିସ ତାଙ୍କୁ ଧରିବାରେ ସକ୍ଷମ ହୋଇପାରିନାହିଁ। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକ ଖଡ଼ିବାହାଳୀ ଛକରେ ରାସ୍ତା ଅବରୋଧ କରିଥିଲେ। ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଘଟଗାଁ ଏସ୍‌ଡିପିଓ ଅସିତ ରଞ୍ଜନ ମହାନ୍ତି, ହରିଚନ୍ଦନପୁର ଥାନା ଅଧିକାରୀ ସସ୍ମିତା ଦେବତା, ଦୈତାରି ଥାନା ଅଧିକାରୀ ତୁଳସୀ ମଞ୍ଜରୀ ଭୁୟାଁ, ଅତିରିକ୍ତ ତହସିଲଦାର ବିରାମ କିସ୍କୋଙ୍କ ସମେତ ପୋଲିସ କର୍ମୀ ଉପସ୍ଥିତ ରହି ଦୁଇଦିନ ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପ୍ରତିଶ୍ରୁତି ଦେବାରୁ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ...

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri