ମୃତଦେହ ରଖି ରାସ୍ତାରୋକୋ: ଆନ୍ଦୋଳନକାରୀଙ୍କୁ ବିଧାୟକ, ଭାଜପା କାର୍ଯ୍ୟକର୍ତ୍ତା ଭେଟି…

ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳନିଆଁ ବଜାରରେ ରବିବାର ଏକ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଏକ ସାଇକେଲ ଆରୋହୀଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ସାଇକେଲ ଆରୋହୀ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮)ଙ୍କ ମୃତ୍ୟୁଘଟିଥିଲା। ହାଇୱା ଧକ୍କାରେ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଏବଂ ବାଲି ପରିବହନରେ କଟକଣା ଦାବିରେ ମୃତଦେହ ରଖି ରାସ୍ତାରୋକୋ କରି ଆନ୍ଦୋଳନ ଚଳାଇଥିବା ଲୋକଙ୍କୁ ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠି, ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା ଏବଂ ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ଭେଟି ଆଲୋଚନା କରିଛନ୍ତି । ସେମାନଙ୍କ ସହ କେନ୍ଦୁଝର ବିଜେଡି ଛାତ୍ର ଜିଲା ସଭାପତି ଅମରେନ୍ଦ୍ର ଧଳ, ଭଣ୍ଡାରୀପୋଖରୀ ବିଧାୟକ ସଞ୍ଜୀବ ମଲିକ ବନ୍ତ ବ୍ଲକ ପ୍ରତିନିଧି ସ୍ମୃତି ରଞ୍ଜନ ସ୍ବଇଁ, ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।
ଅନ୍ୟପକ୍ଷେ, ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠି, ହରମୋହନ ଶାସିନୀ, ଯୁଧିଷ୍ଠିର(ଧାନୁଆ) ମଲ୍ଲିକ, ଜ୍ଞାନ ରଞ୍ଜନ ସାମନ୍ତସିଂହାର, ସୁନୀଲ ନାୟକ,ସୁଶାନ୍ତ ସାହୁ ପ୍ରମୁଖ ଆନ୍ଦୋଳନସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ ।ହାଟଡିହୀ ବିଡିିଓ ରଞ୍ଜନ ପରିଡା ମଧ୍ୟ ଉପସ୍ଥିତ ରହି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି।

ସୂଚନା ଯୋଗ୍ୟ, ଶାଳନିଆଁ ବଜାର-ବିଷ୍ଣୁପୁର ରାସ୍ତା ଦେଇ ବୈତରଣି ନଦୀ ବାଲି ଘାଟକୁ ହାଇୱା ଗାଡିଟି ଯାଉଥିଲା। ବଜାରରୁ ନିଜ ଘରକୁ ସାଇକେଲ ଚଳାଇ ଫେରୁଥିଲେ ଆନନ୍ଦ । ପଛପଟୁ ବାଲି ଘାଟକୁ ଯାଉଥିବା ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ସାଇକେଲ ସହ ଆନନ୍ଦଙ୍କ ଉପରେ ଚଢ଼ି ଯାଇଥିଲା। ସ୍ଥାନୀୟ ଲୋକ ବିଷ୍ଣୁପୁର ବାଲି ଘାଟକୁ ଯାଇଥିବା ହନୁମାନ ଛକ ରାସ୍ତାରେ ମୃତଦେହ ରଖି ରାସ୍ତାରୋକ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri